ବଢ଼ିଲା ସିଏନଜି ଓ ପିଏନଜି ଦର
ଭୁବନେଶ୍ୱର : ବଢ଼ିଲା ସିଏନଜି ଓ ପିଏନଜି ଦର। ସିଏନଜି କିଲୋଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ପାଇଛି। ଗତକାଲି ୯୪ ଟଙ୍କା ଥିବାବେଳେ ଆଜି ୧ ଟଙ୍କା ବଢି ପାଇଛି। ଏବେ ଲିଟର ପିଛା ୯୫ ଟଙ୍କା ହୋଇଛି ସିଏନଜି। ତେବେ ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇନାହିଁ।
ଭୁବନେଶ୍ୱର : ବଢ଼ିଲା ସିଏନଜି ଓ ପିଏନଜି ଦର। ସିଏନଜି କିଲୋଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ପାଇଛି। ଗତକାଲି ୯୪ ଟଙ୍କା ଥିବାବେଳେ ଆଜି ୧ ଟଙ୍କା ବଢି ପାଇଛି। ଏବେ ଲିଟର ପିଛା ୯୫ ଟଙ୍କା ହୋଇଛି ସିଏନଜି। ତେବେ ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇନାହିଁ।
ଭୁବନେଶ୍ୱର: ଓଡ଼ିଶା ସରକାରୀ ମେଡିକାଲ ଓ ଇଞ୍ଜିନିଅରିଙ୍ଗ୍ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ଅନେକ ସମୟରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏହି ବର୍ଗର ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ ହେବା ସତ୍ୱେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥାନ୍ତି । କିନ୍ତୁ, ଆଡମିଶନ୍ ବେଳେ ଅର୍ଥ ଜମା କରିବା ପାଇଁ ସେମାନଙ୍କ ପାଖରେ ସମ୍ୱଳ ନଥାଏ । ଏଭଳି ଅନେକ ସମ୍ୱାଦ ନିୟମିତ ଗଣମାଧ୍ୟମରେ ପ୍ରକାଶ ପାଉଛି । ଏହି ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଗରିବ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଡମିଶନ୍ ସମୟରେ ଏବଂ ଆଡମିଶନ୍ର ୬ ମାସ ପର୍ଯ୍ୟନ୍ତ କୌଣସି ଫି ଜମା କରିବାକୁ ପଡ଼ିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଏହି ବର୍ଗର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଶ୍ୱସ୍ତି ଆଣିଛି । ଏହି ଛାତ୍ରଛାତ୍ରୀମାନେ ସାଧାରଣତଃ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଠାରୁ ବିଭିନ୍ନ ବୃତ୍ତି ପାଇଥାନ୍ତି । ତେବେ ଏହି ବୃତ୍ତି ଅର୍ଥ ପାଇବାର ପ୍ରକ୍ରିୟା ଶେଷ ହୋଇ ଟଙ୍କା ପାଇବା ବେଳକୁ ୩-୪ ମାସ ଲାଗିଥାଏ । ତେଣୁ ବର୍ତ୍ତମାନ ଏହି ବର୍ଗର ଛାତ୍ରଛାତ୍ରୀମାନେ ସେମାନଙ୍କ ବୃତ୍ତି ଟଙ୍କା ପାଇବା ପରେ ସୁବିଧାରେ ସେମାନଙ୍କ ଆଡମିଶନ୍ ଓ ଟ୍ୟୁସନ ଫି ଜମା କରିପାରିବେ । ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ଖୁବ୍ ଶୀଘ୍ର ଏକ ମାର୍ଗଦର୍ଶୀକା ଜାରି କରାଯିବ ।
ଭୁବନେଶ୍ୱର: ଆମ ସହର କେବଳ ବାସ ସ୍ଥାନ ନୁହେଁ, ସହର ହେଉଛି ରୋଜଗାର, ଉଦ୍ୟମ, ଶିକ୍ଷା ଓ ସମୃଦ୍ଧିର କେନ୍ଦ୍ର। ସହର ଗୁଡିକୁ ଆମକୁ ଏଭଳି ଅର୍ଥନୈତିକ କେନ୍ଦ୍ର ଭାବେ ଗଢିବାକୁ ହେବ, ଯେଉଁଠି ଯୁବ ପିଢି ନୂଆ ସୁଯୋଗ ପାଇବେ, ଉଦ୍ୟୋଗୀମାନେ ଆଗକୁ ବଢିବେ ଏବଂ ନୂଆ ରୋଜଗାର ସୃଷ୍ଟି ହେବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱାୟତ୍ତ ଶାସନ ଦିବସ- ୨୦୨୬ ପାଳନ ଅବସରରେ କହିଛନ୍ତି। ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବଗଠିତ ୨୮ଟି NACରେ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। ପ୍ରତ୍ୟେକ NAC ପାଇଁ ୨୦ କୋଟି ଟଙ୍କା ଲେଖାଏଁ ଯୋଗାଇ ଦିଆଯିବ। ଏଥିରେ ସମ୍ପୃକ୍ତ ଅଞ୍ଚଳ ଗୁଡିକରେ ରାସ୍ତା, ଡ୍ରେନ୍, ମାର୍କେଟ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି କାର୍ଯ୍ୟ ସମ୍ପନ୍ନ ହେବ। ଏଥିସହିତ ୬୨ଟି ପୌରାଞ୍ଚଳ ପାଇଁ ୩୨୩ କୋଟି ଟଙ୍କା ବିନିଯୋଗରେ ୫୯୩ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଆଜି ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା’ ଅଧିନରେ କାର୍ଯ୍ୟକାରୀ ହେବ। ଏଥିରେ ୧୦୨ କୋଟି ଟଙ୍କା ମୂଲ୍ୟର ୪୨୩ଟି ପ୍ରକଳ୍ପର ଉଦ୍ଘାଟନ ଥିବା ବେଳେ, ୨୨୧ କୋଟି ଟଙ୍କା ମୂଲ୍ୟର ୧୭୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରହିଛି। ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ପାଇଁ ପୌର ପ୍ରଶାସନର ଅଧିକାରୀ, କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପୌର ସଂସ୍ଥା ଗୁଡିକରେ ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ବ୍ୟବହାର, କାର୍ଯ୍ୟପଦ୍ଧତିର ସରଳୀକରଣ ଓ ସମୟବଦ୍ଧ ସମାଧାନକୁ ଗୁରୁତ୍ୱ ଦେଇ କାର୍ଯ୍ୟ ସଂସ୍କୃତିରେ ପରିବର୍ତ୍ତନ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ପ୍ରତ୍ୟେକ ସହରକୁ ଓଡିଶାର ଅର୍ଥନୈତିକ ବିକାଶର ଶକ୍ତିଶାଳୀ ଇଞ୍ଜିନ ଭାବେ ଗଢି ତୋଳିବା ପାଇଁ ଆହ୍ୱାନ କରିଥିଲେ। ସହରାଞ୍ଚଳର ନିର୍ବାଚିତ ପ୍ରତିନିଧିମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲୋକଙ୍କ ଆଶା, ଆକାଂକ୍ଷା ଓ ଅବଶ୍ୟକତାକୁ କେନ୍ଦ୍ରରେ ରଖି ଆମେ କାମ କରୁଛୁ। ତେଣୁ, ଲୋକଙ୍କ ସହିତ ରହି, ଲୋକଙ୍କ ସମସ୍ୟାକୁ ଶୁଣି ଅଧିକାରୀମାନଙ୍କ ସହିତ ସମନ୍ୱୟ ରକ୍ଷା କରି କାମ କରିବା ପାଇଁ ସେ ଆହ୍ୱାନ କରିଥିଲେ। ସ୍ୱାୟତ୍ତ ଶାସନ ଦିବସ ଅବସରରେ ପୌର ସଂସ୍ଥା ଗୁଡିକର ଦକ୍ଷତା ବୃଦ୍ଧି ପାଇଁ ଆଜି ଓଡିଶା ଅର୍ବାନ ଏକାଡେମୀ ସହିତ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ, Indian School of Business ଏବଂ National Institute of Urban Affairs ର ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏଥି ସହିତ CRUT ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ମଧ୍ୟ ସ୍ୱାକ୍ଷରିତ ହୋଇଛି। ଆହୁରି ମଧ୍ୟ ୧୧୫ଟି ପୌର ସଂସ୍ଥାରେ OSWAN Video Conferencing ସୁବିଧା ଏବଂ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ବନ୍ଧୁ’, ଓଡିଶା ଯାତ୍ରୀ ଏସ୍.ଓ.ଏସ୍. ଆପ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ପୌର ସଂସ୍ଥା ଗୁଡିକର କର୍ମଚାରୀ, ସ୍ୱଚ୍ଛ ସାଥୀ, ଜଳ ସାଥୀ, ପରିମଳ କର୍ମୀ ଏବଂ CRUTର କର୍ମଚାରୀମାନଙ୍କୁ ନିଷ୍ଠାପର କାର୍ଯ୍ୟ ପାଇଁ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଫୁଲବାଣୀ ପୌର ପରିଷଦର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ରୁନୁ ପ୍ରଧାନଙ୍କ ସହିତ ଘର ନିର୍ମାଣ ସମ୍ପର୍କରେ ଆଲୋଚନା କରି ଧାର୍ଯ୍ୟ ସମୟସୀମା ଭିତରେ ଘର ସମ୍ପୂର୍ଣ୍ଣ କରିଥିବାରୁ ପ୍ରଶଂସା କରିଥିଲେ। ଏହି ଅବସରରେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ସ୍ୱାୟତ୍ତ ଶାସନ ଦିବସର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆମ ସରକାର ଦାୟିତ୍ୱ ନେବା ପରେ ୨୮ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ, ୭ଟି ନୂତନ ପୌର ପରିଷଦ ଗଠନ ସହିତ ପୁରୀକୁ ମହାନଗର ନିଗମର ମାନ୍ୟତା ପ୍ରଦାନ କରାଯାଇଛି। ଆମେ କେବଳ ରାଜ୍ୟର ବଡ ସହର ନୁହେଁ, ଛୋଟ ଛୋଟ NAC ଓ Municipality ଅଞ୍ଚଳ ଗୁଡିକର ସହରୀୟ ଭିତ୍ତିଭୂମି ବିକାଶକୁ ମଧ୍ୟ ସମାନ ଗୁରୁତ୍ୱ ଦେଉଛୁ ବୋଲି କହି ସ୍ୱଚ୍ଛ ଓଡିଶା, ନିଶାମୁକ୍ତ ଓଡିଶା ଗଠନ ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ। ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ସ୍ୱାୟତ୍ତ ଶାସନ ଦିବସର ଶୁଭେଚ୍ଛା ଜଣାଇ ଭୁବନେଶ୍ୱରକୁ ଶିକ୍ଷା, ସ୍ୱାସ୍ଥ୍ୟ ଓ ଜୀବିକା ଅର୍ଜନ କ୍ଷେତ୍ରରେ ଏକ ଶ୍ରେଷ୍ଠ ସହର ଭାବେ ଗଢି ତୋଳିବା ପାଇଁ ଆହ୍ୱାନ ଦେଇଥିଲେ। ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ କହିଥିଲେ ଯେ, ସହରାଞ୍ଚଳବାସୀଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ସହରାଞ୍ଚଳବାସୀଙ୍କ ସହଯୋଗରେ ହିଁ ସହରାଞ୍ଚଳର ବିକାଶ ସମ୍ଭବ ହେବ ବୋଲି ସେ କହିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଥିଲେ ଯେ, ୨୦୩୬ ସୁଦ୍ଧା ରାଜ୍ୟରେ ସହରୀକରଣ ୪୦ ପ୍ରତିଶତ ଓ ୨୦୪୭ ସୁଦ୍ଧା ୬୦ ପ୍ରତିଶତ କରିବା ପାଇଁ ଆମର ଲକ୍ଷ୍ୟ ରହିଛି। କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୌର ପ୍ରଶାସନର ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ୍ ଡାକୁଆ ଧନ୍ୟବାଦ ଦେଇଥିଲେ।
ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ ଓ ନିର୍ଭୁଲ ଏବଂ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଗୁଡିକୁ ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ପାଇଲଟ୍ ସର୍ଭେ ଅଭିଯାନ ଭୁବନେଶ୍ୱର ମହାନଗର ନିଗମରେ (ବିଏମସି) ଆରମ୍ଭ ହେବାକୁ ଯାଉଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ବିଏମସି ଅଧୀନରେ ଥିବା ୩ଟି ବିଧାନସଭା କ୍ଷେତ୍ରରେ ଭୁବନେଶ୍ୱର-ଉତ୍ତର ବିଧାନସଭା କ୍ଷେତ୍ରର ୱାର୍ଡ ନଂ ୧୦, ଭୁବନେଶ୍ୱର ମଧ୍ୟ ବିଧାନସଭା କ୍ଷେତ୍ରର ୱାର୍ଡ ନଂ ୩୫ ଏବଂ ଭୁବନେଶ୍ୱର -ଏକାମ୍ର ବିଧାନସଭା କ୍ଷେତ୍ରର ୱାର୍ଡ ନଂ ୫୨ରେ ଘରକୁ ଘର ସର୍ଭେ କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଆସନ୍ତା ଅକ୍ଟୋବର ୨୬ରୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏହି ଘରକୁ ଘର ସର୍ଭେ କରାଯାଇ ପଞ୍ଚାୟତ ଓ ପୌରାଞ୍ଚଳର ନିର୍ବାଚନ କ୍ଷେତ୍ର ଗୁଡିକର ଭୋଟର ତାଲିକାକୁ ନିର୍ଭୁଲ ଓ ବ୍ୟବସ୍ଥିତ କରାଯିବ। ବର୍ତ୍ତମାନ ଗୋଟିଏ ପରିବାରର ସଦସ୍ୟମାନେ ଭିନ୍ନ ଭିନ୍ନ ବୁଥ୍ରେ ସାମିଲ ଅଛନ୍ତି ତତ୍ ସହ ଅସ୍ପଷ୍ଟ ଘର ନମ୍ବର ଭଳି ଜଟିଳ ସମସ୍ୟାର ସ୍ଥାୟୀ ସମାଧାନ କରିବା ଏହି ସର୍ଭେ ର ମୁଖ୍ୟ ଉଦ୍ଦେଶ୍ୟ। ସହରାଞ୍ଚଳରେ ଥିବା ଅଧିକାଂଶ ବିଧାନସଭା ବୁଥ୍ଗୁଡ଼ିକର କୌଣସି ନିର୍ଦ୍ଦିଷ୍ଟ ଭୌଗୋଳିକ ପରିସୀମା ନାହିଁ। ଫଳରେ ଗୋଟିଏ ବୁଥ୍ରେ ୧୦ରୁ ୧୨ଟି ଅଲଗା ଅଲଗା ଅଞ୍ଚଳର ଭୋଟର ସାମିଲ ହୋଇ ରହୁଛନ୍ତି। ଏପରିକି ଗୋଟିଏ ୱାର୍ଡର ଭୋଟର ଅନ୍ୟ ଏକ ୱାର୍ଡରେ ଭୋଟ ଦେବାକୁ ପଡ଼ୁଛି, ଯାହାଫଳରେ ଅନେକ ଭୋଟର ମତଦାନ କେନ୍ଦ୍ରକୁ ଯିବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହି ସର୍ଭେ ମାଧ୍ୟମରେ ଗୋଟିଏ ପରିବାରର ସମସ୍ତ ସଦସ୍ୟ ଗୋଟିଏ ମତଦାନ କେନ୍ଦ୍ରରେ ଭୋଟଦାନ କରିପାରିବେ । ତାହାସହିତ ଗୋଟିଏ ୱାର୍ଡ ର ମତଦାତା ମାନଙ୍କ ନାମ ବିଭିନ୍ନ ୱାର୍ଡର ଭୋଟର ତାଲିକାରେ ରହିଥିଲେ, ଏହି ସର୍ଭେ ପରେ ସେମାନେ ଗୋଟିଏ ୱାର୍ଡ ରେ ରହିପାରିବେ ଯାହା ଫଳରେ ମତଦାତାଙ୍କ ମତଦାନ ସହଜରେ ହୋଇପାରିବ। ସହରାଞ୍ଚଳରେ ଭୋଟଦାନ ହାର କମିବାର ଏହା ଏକ ପ୍ରମୁଖ କାରଣ ହୋଇଥିବାରୁ ଏହି ନୂତନ ବ୍ୟବସ୍ଥା ଜରିଆରେ ଏହାକୁ ସୁଧାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସର୍ଭେ କାର୍ଯ୍ୟରେ ନିୟୋଜିତ ବୁଥ୍ ସ୍ତରୀୟ ଅଧିକାରୀ(ବିଏଲଓ) ଏବଂ ଅନ୍ୟ କର୍ମଚାରୀମାନଙ୍କୁ ନେଇ ହୋଇଥିବା ଟିମ୍ କୁ ସଠିକ୍ ତଥ୍ୟ ପ୍ରଦାନ କରି ପୂର୍ଣ୍ଣ ସହଯୋଗ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଧାରଣ ଜନତାଙ୍କୁ ଅନୁରୋଧ କରାଯାଇଛି। ଏହି ଅଭିଯାନ ଦ୍ୱାରା ରାଜ୍ୟରେ ଏକ ସ୍ୱଚ୍ଛ, ନିର୍ଭୁଲ ତଥା ବ୍ୟବସ୍ଥିତ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି।
ଭୁବନେଶ୍ୱର : ମାସେ ପୂର୍ବରୁ ପୂରଣ ହେଲା ମୌସୁମୀଜନିତ ବର୍ଷା କୋଟା। ଆଜି ୩୧ ଅଗଷ୍ଟ ସୁଦ୍ଧା ଓଡ଼ିଶାରେ ମୌସୁମୀ ବର୍ଷା ୧୧୫୪.୩ ମିମି ରେକର୍ଡ କରାଯାଇଛି। ଏହା ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ୧୧୫୦.୨ ମିମିକୁ ପାର କରିଛି। ଜୁନ୍ରେ ୪୭% ନିଅଣ୍ଟିଆ ବର୍ଷା ସତ୍ତ୍ବେ ମାସେ ପୂର୍ବରୁ କୋଟା ପୂରଣ ହୋଇଛି।
ଭୁବନେଶ୍ୱର : ପବିତ୍ର ରକ୍ଷାବନ୍ଧନ ଅବସରରେ ଓଡ଼ିଶାର ୪ ଜଣ ଛାତ୍ରଛାତ୍ରୀ ଓ ୨ ଜଣ ଶିକ୍ଷକଶିକ୍ଷୟିତ୍ରୀ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ‘ରକ୍ଷାବନ୍ଧନ’ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରତିନିଧି ଭାବେ ସରକାରୀ ଉଚ୍ଚ ବିଦ୍ୟାଳୟ, ୟୁନିଟ୍-୬ର ଅଷ୍ଟମ ଶ୍ରେଣୀ ଛାତ୍ରୀ ସନ୍ତୋଷୀ ମଣ୍ଡଳ ଓ ସପ୍ତମ ଶ୍ରେଣୀ ଛାତ୍ରୀ ସୁଭାସାଇ ରଞ୍ଜିତା ପଟ୍ଟନାୟକ, ପିଏମ୍ ଶ୍ରୀ ସରକାରୀ ହାଇସ୍କୁଲ, ଆଇଆରସି ଭିଲେଜ୍ର ଦଶମ ଶ୍ରେଣୀ ଛାତ୍ର ବିଭୁ ପ୍ରସାଦ ସାହୁ ଏବଂ ରାଜଭବନ ସରକାରୀ ୟୁପି ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ର ରୋନକ ତ୍ରିପାଠୀ ଯୋଗଦେଇଥିଲେ । ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟ, ୟୁନିଟ୍-୬ର ପ୍ରଧାନଶିକ୍ଷୟିତ୍ରୀ ରୁପାଲି ସେନାପତି ଏବଂ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଆଇଆରସି ଭିଲେଜ୍ର ସହକାରୀ ଶିକ୍ଷକ ତୋଫାନ କୁମାର ରାଉତରାୟ ମଧ୍ୟ ଏହି ଅବସରରେ ଓଡ଼ିଶାର ଯୋଗ ଦେଇଥିଲେ ।
ପୁରୀ : ବାତାନୂକୂଳିତ ହେଲା ପୁରୀ ଶ୍ରୀମନ୍ଦିର ନାଟ ମଣ୍ଡପ। ଗରମ ଗୁଳୁଗୁଳିରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସେଣ୍ଟ୍ରାଲ ଏସି ବ୍ୟବସ୍ଥା କରାଯାଇଛି। ଗରୁଡ଼ ସ୍ତମ୍ଭ ସମ୍ମୁଖ ନାଟ ମଣ୍ଡପରେ ଆଜିଠୁ ଚାଲିବ ସେଣ୍ଟ୍ରାଲ ଏସି।