• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
24
Tue, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ନିହାର ରଞ୍ଜନ ପରିଡ଼ାଙ୍କ ଲୋକପ୍ରିୟ ଉପନ୍ୟାସ ରେନକୋଟ୍ ର ତୃତୀୟ ସଂସ୍କରଣ ସହ ତାଙ୍କର ସଦ୍ୟତମ କବିତା ସଙ୍କଳନ ଦୁର୍ଗ ବାହାରେ ଫଗୁଣ ପଠକାର୍ପିତ

Details
Odia Ray Admin
ଓଡିଶା
22 July 2026

ଭୁବନେଶ୍ୱର: ଯୁବପୀଢ଼ିର ଅନ୍ୟତମ ଚର୍ଚ୍ଚିତ କବି ତଥା କଥାକାର ନିହାର ରଞ୍ଜନ ପରିଡ଼ା ପୁଣିଥରେ ସାହିତ୍ୟ ମୁହାଁ ହେଇଛନ୍ତି । ତାଙ୍କର ବହୁଚର୍ଚ୍ଚିତ ଓଡ଼ିଆ ଉପନ୍ୟାସ ‘ରେନ୍‌କୋଟ୍‌’ (Raincoat) ର ତୃତୀୟ ସଂସ୍କରଣ ଏବଂ ନୂତନ ଓଡ଼ିଆ କବିତା ସଂକଳନ ‘ଦୁର୍ଗ ବାହାରେ ଫଗୁଣ’ ନିକଟରେ ପ୍ରକାଶ ପାଇଛି। ପେଷାରେ ଜଣେ ବରିଷ୍ଠ ଯୋଗାଯୋଗ ବିଶେଷଜ୍ଞ ଭାବେ ଓଡ଼ିଶା ସରକାରଙ୍କ ସମେତ ଓ ବିଭିନ୍ନ ପ୍ରତିଷ୍ଠିତ ସଂସ୍ଥା ସହ କାର୍ଯ୍ୟ କରୁଥିବା ଶ୍ରୀ ପରିଡ଼ା, ନିଜର ବ୍ୟସ୍ତବହୁଳ ଜୀବନ ଭିତରେ ବି ସାହିତ୍ୟ ସାଧନା ଜାରି ରଖିଛନ୍ତି। ୨୦୨୦ରେ ପ୍ରଥମ କରି ପ୍ରକାଶିତ ହୋଇଥିବା ଉପନ୍ୟାସ ‘ରେନ୍‌କୋଟ୍‌’ ପାଠକଙ୍କ ଦ୍ୱାରା ଖୁବ୍ ଆଦୃତି ଲାଭ କରିଥିଲା। କ୍ରମାଗତ ଭାବେ ଏହାର ଦ୍ୱିତୀୟ ସଂସ୍କରଣ ପରେ ତୃତୀୟ ସଂସ୍କରଣ ପ୍ରକାଶ ପାଇବା ଏହି ଉପନ୍ୟାସର ପାଠକାଦୃତି କୁ ଦର୍ଶାଉଛି। ସେହିପରି ତାଙ୍କର ନୂଆ କବିତା ବହି ‘ଦୁର୍ଗ ବାହାରେ ଫଗୁଣ’ ମାଧ୍ୟମରେ ସେ ଦୀର୍ଘ ଦିନ ପରେ ପୁଣି କବିତାକୁ ଫେରିଛନ୍ତି। ଦୁର୍ଗ ବାହାରେ ଫଗୁଣ ହେଉଛି ତାଙ୍କ ଅତୀତର ଅନେକ ଦୀର୍ଘଶ୍ୱାସର ଶବ୍ଦଲିପି ବୋଲି ସେ ମତ ରଖିଛନ୍ତି । ପ୍ରେମ ଓ ସମ୍ପର୍କକୁ ନେଇ କିଛି ଚିନ୍ତାକୂଳ ବ୍ୟସ୍ତତା ଓ ଦାର୍ଶନିକତାରୁ ହିଁ ସୃଷ୍ଟି ହୋଇଛି ଦୁର୍ଗ ବାହାରେ ଫଗୁଣର ସମସ୍ତ କବିତା । ଏହା ପୂର୍ବରୁ ତାଙ୍କର କବିତା ସଂକଳନ ‘ବ୍ଲାକ୍ କଫି’, ‘ଅନ୍ଧାରର କୋଲାଜ’ ଏବଂ ଇଂରାଜୀ ଉପନ୍ୟାସ ‘ଦି ଲାଷ୍ଟ ସନ୍‌ସେଟ୍ ଆଟ୍ ନେକ୍‌ଲେସ୍ ରୋଡ୍’ ପାଠକୀୟ ଆଦୃତି ଲାଭ କରିସାରିଛି। ‘ଶାନ୍ତିସେନା ପ୍ରକାଶନ’ ଦ୍ୱାରା ପ୍ରକାଶିତ ଏହି ଦୁଇଟି ଯାକ ପୁସ୍ତକ ପାଠକଙ୍କ ମନକୁ ଛୁଇଁବ ଏବଂ ବେଶ୍ ସଫଳତା ପାଇବ ବୋଲି ଆଶା ରଖାଯାଇଛି।

powered by social2s

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ; ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

Details
Odia Ray Admin
ଓଡିଶା
22 July 2026

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ ମଧ୍ୟ କରିଛନ୍ତି। ବୈଠକରେ ହୋଇଥିବା ଆଲୋଚନାରୁ ଜଣା ଯାଇଛି ଯେ, ରଥଯାତ୍ରା ଠାରୁ ଆଜି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ପ୍ରାୟତଃ ଠିକ୍ ଭାବରେ ପରିଚାଳିତ ହୋଇଛି। ଲଗାଣ ବର୍ଷା, ପ୍ରତିକୂଳ ପାଗ, ଗରମ ଓ ଗୁଳୁଗୁଳି ସତ୍ତ୍ୱେ ଅଧିକାରୀ ଓ କର୍ମଚାରୀ ତଥା ଭକ୍ତମାନଙ୍କ ସେବା ଓ ସମର୍ପଣ କୌଣସି ମାତ୍ରାରେ ପ୍ରଭାବିତ ହୋଇନାହିଁ। ସେବାୟତମାନଙ୍କ ନିଷ୍ଠା ଓ ସମର୍ପଣ ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମହାପ୍ରଭୁଙ୍କ ସେବାରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଟିମ୍ ସ୍ପିରିଟ ନେଇ କାମ କରୁଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ପୁରୀ ସହରରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସଜାଗ ରହି ସମସ୍ତ ବ୍ୟବସ୍ଥାର ନିୟମିତ ପରିଚାଳନା ଓ ତଦାରଖ କରୁଛନ୍ତି। ପହଣ୍ଡି, ରଥଟଣା, ଦକ୍ଷିଣି ମୋଡ, ଆଡପ ମଣ୍ଡପ ଦର୍ଶନ, ପ୍ରତ୍ୟେକ ସମୟରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିୟମିତ ତଦାରଖ କରୁଛନ୍ତି। ବୈଠକରେ ଭିଡ ପରିଚାଳନା ଓ ନିରନ୍ତର ସୂଚନା ସଞ୍ଚାର (Information Flow) ଉପରେ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଭିଡରେ ଜନଗହଳିକୁ (Crowd Density) ବୈଜ୍ଞାନିକ ପଦ୍ଧତିରେ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, CCTV ରୁ ମିଳୁଥିବା ସୂଚନାକୁ ଇଣ୍ଟିଗ୍ରେଟେଡ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା ଜରିଆରେ ସମସ୍ୟା ଥିବା ସ୍ଥାନକୁ ତୁରନ୍ତ ପ୍ରଦାନ କରାଗଲେ, ସମସ୍ୟାର ସମାଧାନ ହୋଇପାରିବ। ଆଗକୁ ବାହୁଡା ଯାତ୍ରା ସହିତ ମହାପ୍ରଭୁଙ୍କ ସୁନାବେଶ ଓ ନିଳାଦ୍ରୀବିଜେ ଅନୁଷ୍ଠିତ ହେବ। ତେଣୁ, ସମସ୍ତ ନୀତିକାନ୍ତି ଯେପରି ସୁଚାରୁ ରୂପେ ପାଳିତ ହେବ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ରଥଯାତ୍ରାରେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ, ଦୁଇଜଣ ଶ୍ରଦ୍ଧାଳୁଙ୍କ ଜୀବନହାନି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତ ଶ୍ରଦ୍ଧାଳୁଙ୍କ ପରିବାରବର୍ଗଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ, ପୋଲିସ ମଡର୍ଣ୍ଣାଇଜେସନ୍‌ର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପୋଲିସ ପ୍ରଶାସନର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ବୈଠକରେ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ ସିଂ ପ୍ରମୁଖ ଉପସ୍ଥିତ ରହି ବାହୁଡା ଓ ସୁନାବେଶ ପରିଚାଳନା ସମ୍ପର୍କରେ ମତାମତ ରଖିଥିଲେ।

powered by social2s

ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି, ଅଗ୍ନି ନିରାପତ୍ତା ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

Details
Odia Ray Admin
ଓଡିଶା
21 July 2026

ଭୁବନେଶ୍ୱର: ଓଡ଼ିଶାରେ ଉନ୍ନତ, ଆଧୁନିକ ଓ ରୋଗୀ-ଅନୁକୂଳ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଗଠନ ଦିଗରେ ରାଜ୍ୟ ସରକାର ପ୍ରତିବଦ୍ଧ ରହିଛନ୍ତି। ଏହି ଲକ୍ଷ୍ୟକୁ ସାକାର କରିବା ନିମନ୍ତେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଆଜି କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ପ୍ରକଳ୍ପ ଭିତ୍ତିଭୂମି, ଅଗ୍ନି ନିରାପତ୍ତା ବ୍ୟବସ୍ଥା ଏବଂ ଚାଲିଥିବା ସମ୍ପ୍ରସାରଣ କାର୍ଯ୍ୟର ଅଗ୍ରଗତିର ବିସ୍ତୃତ ସମୀକ୍ଷା କରିଥିଲେ । ପରିଦର୍ଶନ ସମୟରେ ମନ୍ତ୍ରୀ ନୂତନ ନିର୍ମାଣଧୀନ ହସ୍ପିଟାଲ ବ୍ଲକ, ପିଜି ହଷ୍ଟେଲ, ରେସିଡେଣ୍ଟ ଡାକ୍ତରମାନଙ୍କ ହଷ୍ଟେଲ ଏବଂ ସହକାରୀ ପ୍ରଫେସରମାନଙ୍କ ବାସଭବନ ବୁଲି ଦେଖିଥିଲେ। ଏହି ପ୍ରକଳ୍ପଗୁଡ଼ିକର ନିର୍ମାଣର ଅଗ୍ରଗତି, କାର୍ଯ୍ୟର ଗୁଣବତ୍ତା ସମ୍ପର୍କରେ ସେ ସମ୍ପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ମନ୍ତ୍ରୀ ହସ୍ପିଟାଲ ପରିସରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସ୍ଥିତି ମଧ୍ୟ ସମୀକ୍ଷା କରିଥିଲେ । ହସ୍ପିଟାଲର ପ୍ରତ୍ୟେକ ଭବନରେ ଅଗ୍ନି ନିର୍ବାପକ ଉପକରଣ, ଜରୁରୀକାଳୀନ ନିର୍ଗମନ ପଥ, ଫାୟାର ଆଲାର୍ମ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥାର କାର୍ଯ୍ୟକାରିତା ସୁନିଶ୍ଚିତ କରିବା ସହିତ ନିୟମିତ ଅଡିଟ୍ ଓ ମକ୍ ଡ୍ରିଲ୍ ଆୟୋଜନ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ । ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମୀକ୍ଷା ବୈଠକରେ ମନ୍ତ୍ରୀ କହିଥିଲେ ଯେ, ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ରାଜ୍ୟର ଏକ ପ୍ରମୁଖ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ ହୋଇଥିବାରୁ ଏଠାରେ ରୋଗୀ ସେବାର ମାନ, ଚିକିତ୍ସା ଭିତ୍ତିଭୂମି ଏବଂ ଶିକ୍ଷାନୁକୂଳ ପରିବେଶକୁ ଆହୁରି ଉନ୍ନତ କରିବା ରାଜ୍ୟ ସରକାରଙ୍କ ପ୍ରାଥମିକତା । ପ୍ରତ୍ୟେକ ପର୍ଯ୍ୟାୟରେ ଗୁଣାତ୍ମକମାନ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ସେ ଆହୁରି କହିଥିଲେ ଯେ, ରୋଗୀଙ୍କ ସୁବିଧା, ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ କାର୍ଯ୍ୟ ପରିବେଶ ଏବଂ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ ରହଣି ସୁବିଧାରେ ଉନ୍ନତି ଆଣିବା ମୁଖ୍ୟ ଉଦ୍ଦେଶ୍ୟ। ନୂତନ ଭିତ୍ତିଭୂମି ସୃଷ୍ଟି ହେଲେ ରୋଗୀ ସେବାର ମାନ ବୃଦ୍ଧି ପାଇବା ସହିତ ରାଜ୍ୟର ଚିକିତ୍ସା ଶିକ୍ଷା ବ୍ୟବସ୍ଥା ମଧ୍ୟ ଅଧିକ ସୁଦୃଢ଼ ହେବ । ପରିଦର୍ଶନ ସମୟରେ ମନ୍ତ୍ରୀ ହସ୍ପିଟାଲ ପରିସରର ପରିମଳ ବ୍ୟବସ୍ଥା, ରୋଗୀ ସୁବିଧା, ଜଳ ଓ ବିଦ୍ୟୁତ ଯୋଗାଣ, ଯାତାୟତ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ । ଆବଶ୍ୟକତା ଅନୁଯାୟୀ ତୁରନ୍ତ ପଦକ୍ଷେପ ଗ୍ରହଣ କରି ରୋଗୀ ଏବଂ ସେମାନଙ୍କ ପରିଜନଙ୍କୁ ଉନ୍ନତ ଓ ସୁବିଧାଜନକ ସେବା ପ୍ରଦାନ କରିବାକୁ ସେ ଅଧିକାରୀମାନଙ୍କୁ କହିଥିଲେ। ଏହି ପରିଦର୍ଶନ ଅବସରରେ ମାନ୍ୟବର କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ , ମାନ୍ୟବର ଚୌଦ୍ଵାର କଟକ ବିଧାୟକ ଶ୍ରୀ ଶୌଭିକ ବିଶ୍ଵାଳ, ସ୍ୱାସ୍ଥ୍ୟ ବିଭାଗର ସଚିବ ତଥା କମିଶନର ଅଶ୍ୱତୀ ଏସ୍., ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କର୍ତ୍ତୃପକ୍ଷ, କାର୍ଯ୍ୟନିର୍ବାହୀ ସଂସ୍ଥାର ଅଧିକାରୀମାନେ ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

ଫସଲ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି: ମନ୍ତ୍ରୀ

Details
Odia Ray Admin
ଓଡିଶା
21 July 2026

ଭୁବନେଶ୍ୱର : ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ନେଇ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ, ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ହୋଇଥିବା ଜିଲ୍ଲାକୁ ରିପୋର୍ଟ ମଗାଯାଇଛି। ବଲାଙ୍ଗୀର ଓ କଟକ ଜିଲ୍ଲାପାଳ ରିପୋର୍ଟ ଦେଇଛନ୍ତି। କ୍ଷତି ସହିଥିବା ଲୋକଙ୍କ ଆକାଉଣ୍ଟକୁ ସିଧା ପଠାଯିବ କ୍ଷତିପୂରଣ ରାଶି ବୋଲି କହିଲେ ମନ୍ତ୍ରୀ।

powered by social2s

ଜୁଏଲାରୀ ଓ ସପିଂ ମଲ୍‌ରେ ଅଗ୍ନିକାଣ୍ଡ

Details
Odia Ray Admin
ଓଡିଶା
22 July 2026

ଝାରସୁଗୁଡ଼ା: ଝାରସୁଗୁଡା ସହର ସରବାହାଲରେ ଥିବା ଜୁଏଲାରୀ ଓ ସପିଂ ମଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି।

powered by social2s

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଜିଲ୍ଲାପାଳମାନଙ୍କ ସହ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ

Details
Odia Ray Admin
ଓଡିଶା
21 July 2026

ଭୁବନେଶ୍ୱର: ୨୦୨୭ ମସିହାରେ ଓଡ଼ିଶାରେ ହେବାକୁ ଥିବା ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌର ସଂସ୍ଥା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ସମସ୍ତ ପୌର ନିଗମର ଆୟୁକ୍ତ(କମିଶନର),ସମସ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳ ଏବଂ ନିର୍ବାଚନ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟରମାନେ ସାମିଲ ହୋଇଥିଲେ। ଆଗାମୀ ନିର୍ବାଚନ ପରିଚାଳନା ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆୟୁକ୍ତ ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ବୈଠକରେ କୁହାଯାଇଥିଲା ଯେ, ଦ୍ୱାରକୁ ଦ୍ୱାର ସର୍ଭେ ମାଧ୍ୟମରେ ପ୍ରକୃତ ସ୍ଥିତି ଅନୁଯାୟୀ ବୁଥ୍‌ଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଏହା ସହିତ ପ୍ରତ୍ୟେକ ଘରକୁ କ୍ରମିକ ଘର ନମ୍ବର ପ୍ରଦାନ, ଗୋଟିଏ ପରିବାରର ସମସ୍ତ ଯୋଗ୍ୟ ଭୋଟରଙ୍କୁ କ୍ରମାନୁସାରେ ତାଲିକାଭୁକ୍ତ କରିବା, ଅଯୋଗ୍ୟ ଭୋଟରଙ୍କ ନାମ ବାଦ୍ ଦେବା ଏବଂ ବାଦ ପଡ଼ିଥିବା ଯୋଗ୍ୟ ଭୋଟରଙ୍କୁ ଆଇନଗତ ପ୍ରକ୍ରିୟାରେ ସାମିଲ କରଯିବାକୁ ଆଲୋଚନା ହୋଇଥିଲା। ସର୍ଭେ ପାଇଁ ପ୍ରତ୍ୟେକ ଦଳରେ ସମ୍ପୃକ୍ତ ବୁଥ୍ ଲେଭେଲ୍ ଅଫିସର (BLO)ଙ୍କୁ ଟିମ୍ ଲିଡର ଭାବେ ନିଯୁକ୍ତ କରାଯିବ। ତାଙ୍କୁ ଦୁଇଜଣ ଅଙ୍ଗନୱାଡ଼ି କର୍ମୀ ସହଯୋଗ କରିବେ। ଆବଶ୍ୟକ ସ୍ଥଳେ ଆଶା କର୍ମୀ, ଜଳ ସାଥୀ କିମ୍ବା ସ୍ୱଚ୍ଛ ସାଥୀଙ୍କୁ ମଧ୍ୟ ଦଳରେ ସାମିଲ କରାଯିବ। ବ୍ଲକ ଓ ସହରାଞ୍ଚଳ ସ୍ତରରେ ସୁପରଭାଇଜର ଏବଂ ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନେ ସମଗ୍ର ପ୍ରକ୍ରିୟାର ତଦାରଖ କରିବେ। ଏ ସମସ୍ତ ପ୍ରକ୍ରିୟା ଜୁଲାଇ ୩୧ ସୁଦ୍ଧା ସାରିବାକୁ ଆଲୋଚନା ହୋଇଥିଲା। ବୈଠକରେ ସର୍ଭେ ପ୍ରକ୍ରିୟା, ବୁଥ୍ ଓ ୱାର୍ଡ ସୀମା ନିର୍ଦ୍ଧାରଣ, ଦାବି ଓ ଆପତ୍ତି ଫର୍ମ ସଂଗ୍ରହ, ସର୍ଭେ ତଥ୍ୟର ଡିଜିଟାଇଜେସନ୍ ଏବଂ ସମୟସୀମା ଅନୁଯାୟୀ କାର୍ଯ୍ୟକ୍ରମ ସମ୍ପାଦନ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଆସନ୍ତା ଜାନୁଆରୀ ୧, ୨୦୨୭ରେ ଖସଡ଼ା ଭୋଟର ତାଲିକା ପ୍ରକାଶ ଏବଂ ଫେବୃଆରୀ ୧୦, ୨୦୨୭ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିବା ଲକ୍ଷ୍ୟ ରଖାଯାଇଛି। ଭୋଟର ତାଲିକାକୁ ସଂଶୋଧନ ଓ ନିରୁପାଦିକ କରିବା ପାଇଁ ପ୍ରଶାସନିକ ସ୍ତରରେ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକୁ କଡ଼ାକଡ଼ି ଭାବେ ସମ୍ପାଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ଯୋଗ୍ୟ ନାଗରିକ ଯେପରି ଭୋଟର ତାଲିକାରୁ ବାଦ୍ ବଞ୍ଚିତ ନହୁଅନ୍ତି, ସେଥିପାଇଁ ନୂତନ ଆବେଦନକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ସହ ମୃତ, ସ୍ଥାନାନ୍ତରିତ କିମ୍ବା ଅଯୋଗ୍ୟ ଭୋଟରଙ୍କ ନାମକୁ ତାଲିକାରୁ ବାଦ୍ ଦେବାକୁ କୁହାଯାଇଛି। ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ କରି ଏକ ସ୍ୱଚ୍ଛ ଓ ତ୍ରୁଟିମୁକ୍ତ ଚୂଡ଼ାନ୍ତ ଭୋଟର ତାଲିକା ସମୟସୀମା ମଧ୍ୟରେ ପ୍ରକାଶ କରିବାକୁ ଆୟୁକ୍ତ ଗୁରୁତ୍ୱ ଦେଇଛନ୍ତି। ଭୋଟରଙ୍କ ସୁବିଧା ଦୃଷ୍ଟିରୁ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କ ନାମ ଯେପରି କ୍ରମାନୁସାରେ ଗୋଟିଏ  ବୁଥ୍‌ରେ ରହିବ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି,ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ନିୟୋଜିତ ହେବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀମାନଙ୍କୁ ସଠିକ୍ ଓ ପୂର୍ଣ୍ଣାଙ୍ଗ ପ୍ରଶିକ୍ଷଣ ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଏହି ବୈଠକରେ ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢ଼ୀ,ନିର୍ବାଚନ ଆୟୋଗଙ୍କ ସଚିବ ଶ୍ରୀ ସନ୍ତୋଷ କୁମାର ଦାଶ ଙ୍କ ସମେତ ରାଜ୍ୟର ସମସ୍ତ ପୌର ନିଗମର ଆୟୁକ୍ତ(କମିଶନର),ସମସ୍ତ  ଜିଲ୍ଲାର ର ଜିଲ୍ଲାପାଳ, ଉପ-ଜିଲ୍ଲାପାଳ ଏବଂ ଡେ଼ପୁଟି କଲେକ୍ଟର(ନିର୍ବାଚନ) ଆଭାସୀ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ।

powered by social2s

ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାରେ ଭିଜିପାରେ ଓଡ଼ିଶା

Details
Odia Ray Admin
ଓଡିଶା
21 July 2026

ଭୁବନେଶ୍ୱର : ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ ଓ ୨୪ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ଶରତ ସାହୁ ଦେଇଥିବା ସୂଚନା ଅନୁଯାୟୀ, ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଆଶଙ୍କା ରହିଛି ।

powered by social2s

More Articles ...

  1. ସଂଶୋଧିତ ଇଂରାଜୀ ବନାନ ଲାଗୁ ପାଇଁ ନିର୍ଦ୍ଦେଶ
  2. ଉତ୍କଳ ସାହିତ୍ୟ ସମାଜ ଓ ଜନଗଣନା ଜାଗରଣ ସମିତି ପକ୍ଷରୁ ବାଚସ୍ପତି ଓ ଉପମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ
  3. ‘ଗୁହାରି ୨୦୨୬’ କାର୍ଯ୍ୟକ୍ରମର ଉଦ୍‍ଯାପନୀ ସଂଧ୍ୟାରେ ଶ୍ରୀ ଜଗନ୍ନାଥଙ୍କୁ ଭକ୍ତିପୁତ ସଙ୍ଗୀତର ନୈବେଦ୍ୟ
Page 103 of 2252
  • Start
  • Prev
  • 98
  • 99
  • 100
  • 101
  • 102
  • 103
  • 104
  • 105
  • 106
  • 107
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.