• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
24
Tue, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ପୁଣି ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ

Details
Odia Ray Admin
ଓଡିଶା
09 July 2026

ପୁରୀ : ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ। ନୀଳଚକ୍ର ସହ ଶ୍ରୀମନ୍ଦିରର ବିଭିନ୍ନ ଦିଗରୁ ନେଲା ଫଟୋ ଓ ଭିଡ଼ିଓ। ଆଜି ସକାଳୁ ସକାଳୁ ପ୍ରାୟ ୪୦ ମିନିଟ ଧରି ଡ୍ରୋନଟି ଉଡୁଥିବା ଦେଖିବାକୁ ମିଳିଛି। ନିର୍ମାଣ ହେଉଥିବା ତିନି ରଥର ମଧ୍ୟ ଫଟୋ ଓ ଭିଡିଓ ନେଲା ଡ୍ରୋନ। ଖବର ପାଇବା ମାତ୍ରେ ଡ୍ରୋନ ଉଡ଼ାଉଥିବା ବ୍ୟକ୍ତି ଶମ୍ଭୁନାଥ ମଣ୍ଡଳଙ୍କୁ ଧରିଲା ଡ୍ରୋନ ସ୍ପେସିଆଲ ଟିମ୍। ସିଂହଦ୍ୱାର ଥାନା ପୋଲିସ କୋଲକାତାରୁ ଆସିଥିବା ଶମ୍ଭୁନାଥଙ୍କୁ ଅଟକ ରଖିବା ସହ ଦ୍ରୋନ ଜବତ କରିଛି।

powered by social2s

ମାର୍ଚ୍ଚ ୨୦୨୭ ସୁଦ୍ଧା ୨୨୦୦ ସ୍କୁଲ ନିର୍ମାଣ ସୂଚନା

Details
Odia Ray Admin
ଓଡିଶା
08 July 2026

ଭୁବନେଶ୍ୱର : ଓଡ଼ିଶାରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ନୂତନ ସରକାର ଆସିବା ପରେ ପ୍ରଥମ ଦିନରୁ ହିଁ 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ' ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ (Flagship Programme) ଭାବେ ଗ୍ରହଣ କରାଯାଇଛି। ଏହି ଯୋଜନାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ଆର୍ଥିକ ବର୍ଷରେ ଏହି ପ୍ରକଳ୍ପ ପାଇଁ ସରକାର ପ୍ରାୟ ୨୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସ୍ଥା କରିଛନ୍ତି, ଯେଉଁଠାରେ କି ପ୍ରଥମ ବଜେଟ୍‌ରେ ମାତ୍ର ୫୦ କୋଟି ଟଙ୍କାର ପ୍ରାବଧାନ ରହିଥିଲା। ତେବେ ବିଦ୍ୟାଳୟ ନିର୍ମାଣ ପାଇଁ ଜମି ଚିହ୍ନଟ ପ୍ରକ୍ରିୟାରେ ବିଳମ୍ବ ହେଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ବିରକ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଜମି ପାଇବାରେ କିଛି ସମସ୍ୟା ଥାଇପାରେ, କିନ୍ତୁ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ଜମି ମିଳିବାରେ କୌଣସି ଅସୁବିଧା ହେବା କଥା ନୁହେଁ। ମେଗା କ୍ୟାମ୍ପସ ନିର୍ମାଣ ପାଇଁ ୫ ଏକର ଜମିର ଆବଶ୍ୟକତା ରହିଛି ଏବଂ ପଞ୍ଚାୟତ ମଧ୍ୟରେ ଗ୍ରୀନ ଫିଲ୍ଡ (Green Field) ପ୍ରକଳ୍ପ ପାଇଁ ୫ ଏକର ଜମି ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଯେଉଁ ବିଦ୍ୟାଳୟଗୁଡ଼ିକରେ ୫ ଏକରରୁ କମ୍ ଜମି ଥିବ, ସେଠାରେ ବିଦ୍ୟାଳୟକୁ ଲାଗି ରହିଥିବା ସରକାରୀ କିମ୍ବା ବେସରକାରୀ ଜମିକୁ କିଣାଯାଇ ବ୍ୟବହାର କରାଯାଇପାରିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି ଯେ, ଏହି ପ୍ରକଳ୍ପର ସଫଳତା ପାଇଁ ଜିଲ୍ଲାପାଳମାନଙ୍କ ଆନ୍ତରିକତା ଓ ସହଯୋଗ ଏକାନ୍ତ ଜରୁରୀ। ସମସ୍ତେ ଏହାକୁ ଗୁରୁତ୍ୱର ସହ ନେଇ ଧାର୍ଯ୍ୟ ଟାର୍ଗେଟ୍ ସମ୍ପୂର୍ଣ୍ଣ କରନ୍ତୁ। ଯଦି ପ୍ରଶାସନ ଗମ୍ଭୀରତାର ସହ କାମ କରେ, ତେବେ ୨୨୦୦ ବିଦ୍ୟାଳୟ ଖୁବ୍ ଶୀଘ୍ର ନିର୍ମାଣ ହୋଇପାରିବ। ରାଜ୍ୟରେ ସମୁଦାୟ ପ୍ରାୟ ୭୦୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରିବାର ଲକ୍ଷ୍ୟ ରହିଛି। ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୦ Font ସୁଦ୍ଧା ୨୨୦୦ ସ୍କୁଲ୍ ନିର୍ମାଣ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ସମୟସୀମା ଧାର୍ଯ୍ୟ କରିଛନ୍ତି। କାର୍ଯ୍ୟର ଅଗ୍ରଗତି ପାଇଁ ଜିଲ୍ଲାପାଳମାନେ ପ୍ରତି ସପ୍ତାହରେ ଏହାର ତଦାରଖ କରିବେ ଏବଂ ଏକ ସପ୍ତାହିକ ରିପୋର୍ଟ ପ୍ରସ୍ତୁତ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କୁ ପ୍ରଦାନ କରିବେ। ଏହା ସହିତ ମୁଖ୍ୟମନ୍ତ୍ରୀ ନିଜେ ପ୍ରତି ମାସରେ ଏହି ପ୍ରକଳ୍ପର ସମୀକ୍ଷା କରିବେ। ଆବଶ୍ୟକ ସ୍ଥଳେ ସ୍ଥାନୀୟ ଜମି ସମସ୍ୟା ସମାଧାନ ପାଇଁ ସମ୍ପୃକ୍ତ ଅଞ୍ଚଳର ବିଧାୟକମାନଙ୍କ ସାହାଯ୍ୟ ଲୋଡ଼ିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଡି. କେ. ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଏନ୍. ତିରୁମାଲା ଏବଂ ଓସେପା (OSEPA) ର ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ

Details
Odia Ray Admin
ଓଡିଶା
08 July 2026

କଟକ :-ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି ବ୍ୟବସ୍ଥାର ଉଦ୍‌ଘାଟନ କରିଥିଲେ। ସାଇବର ଆର୍ଥିକ ଠକେଇ ଘଟଣା ବଢ଼ୁଥିବାରୁ ଅଭିଯୋଗ ପଞ୍ଜୀକରଣକୁ ଅଧିକ ଦ୍ରୁତ, ସରଳ ଓ ପ୍ରଭାବଶାଳୀ କରିବା ସହ ଠକେଇ ହୋଇଥିବା ଅର୍ଥ ଉଦ୍ଧାରର ସମ୍ଭାବନା ବଢ଼ାଇବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏହା ନାଗରିକଙ୍କୁ ଅଧିକ ସ୍ୱଚ୍ଛ, ଦକ୍ଷ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ବ୍ୟବସ୍ଥାରେ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ (SCRB) ଜାତୀୟ ସାଇବର ହେଲ୍ପଲାଇନ୍ ୧୯୩୦କୁ CCTNS ସହ ସମନ୍ୱୟ କରିଛି। ନୂତନ ବ୍ୟବସ୍ଥା ଅନୁଯାୟୀ, ୧୦ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ସାଇବର ଆର୍ଥିକ ଠକେଇ ସମ୍ବନ୍ଧୀୟ ଅଭିଯୋଗ ୧୯୩୦ରେ ପଞ୍ଜୀକୃତ ହେଲେ, CCTNSରେ ସ୍ୱୟଂଚାଳିତ ଭାବେ e-Zero FIR ଅନୁରୋଧ ସୃଷ୍ଟି ହେବ ଏବଂ ତାହା ଅପରାଧ ଶାଖାର ସାଇବର ପୋଲିସ ଷ୍ଟେସନ୍‌କୁ ପଠାଯିବ। ପ୍ରାଥମିକ ଯାଞ୍ଚ ପରେ ସାଇବର ପୋଲିସ ଷ୍ଟେସନ୍ ନିୟମିତ ଏଫ୍‌ଆଇଆର୍ ପଞ୍ଜୀକରଣ କରି ତଦନ୍ତ ଆରମ୍ଭ କରିପାରିବ। ପ୍ରୟୋଜନ ଅନୁଯାୟୀ ମାମଲାକୁ ସମ୍ପୃକ୍ତ ଥାନାକୁ ସ୍ଥାନାନ୍ତର, ଜିରୋ ଏଫ୍‌ଆଇଆର୍ ଭାବେ ପଞ୍ଜୀକରଣ, ପୂର୍ବରୁ ଥିବା ମାମଲା ସହ ସଂଯୋଗ କିମ୍ବା ନିର୍ଦ୍ଧାରିତ ମାନଦଣ୍ଡ ପୂରଣ ନ କରୁଥିବା ଅଭିଯୋଗକୁ ବନ୍ଦ କରାଯାଇପାରିବ। ଏହି ବ୍ୟବସ୍ଥା ମାଧ୍ୟମରେ ମାମଲା ପଞ୍ଜୀକରଣ ଓ ସୂଚନା ଆଦାନ-ପ୍ରଦାନ ଅଧିକ ଦ୍ରୁତ ଏବଂ ସୁବ୍ୟବସ୍ଥିତ ହେବ। ଅଭିଯୋଗକାରୀମାନେ ମଧ୍ୟ ନିଜ ମାମଲାର ଅଗ୍ରଗତି ସମ୍ପର୍କରେ ସହଜରେ ସୂଚନା ପାଇପାରିବେ। ଏହି ଅବସରରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ କହିଥିଲେ, “ସାଇବର ଅପରାଧର ମୁକାବିଲା ପାଇଁ ଆଧୁନିକ ପ୍ରଯୁକ୍ତିର ସର୍ବାଧିକ ବ୍ୟବହାର କରି ନାଗରିକଙ୍କୁ ତ୍ୱରିତ, ସ୍ୱଚ୍ଛ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ କରିବାକୁ ଓଡ଼ିଶା ପୋଲିସ ପ୍ରତିବଦ୍ଧ। ସେ ସାଧାରଣ ଲୋକଙ୍କୁ ଅନୁରୋଧ କରିଥିଲେ ଯେ, ସାଇବର ଆର୍ଥିକ ଠକେଇର ଶିକାର ହେଲେ ବିଳମ୍ବ ନ କରି ତୁରନ୍ତ ୧୯୩୦ରେ ଅଭିଯୋଗ କରନ୍ତୁ। ଶୀଘ୍ର ଅଭିଯୋଗ କଲେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇପାରିବ ଏବଂ ଠକେଇ ହୋଇଥିବା ଅର୍ଥ ଫେରିପାଇବାର ସମ୍ଭାବନା ମଧ୍ୟ ବଢ଼ିବ। ଡିଜିପି ଏହି ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ପାଇଁ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ, ଅପରାଧ ଶାଖା ଓ ସମ୍ପୃକ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ‘ଇ-ଜିରୋ ଏଫ୍‌ଆଇଆର୍’ ବ୍ୟବସ୍ଥା ଓଡ଼ିଶା ପୋଲିସର ପ୍ରଯୁକ୍ତିନିର୍ଭର, ଆଧୁନିକ ଓ ଦକ୍ଷ ପୋଲିସିଂ ବ୍ୟବସ୍ଥା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ସାଇବର ଅପରାଧର ମୁକାବିଲା ସହ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନରେ ସହାୟକ ହେବ।

powered by social2s

ଛତ୍ରପୁର ରେଳ ଷ୍ଟେସନରୁ ୪ ନାବାଳକ ଉଦ୍ଧାର

Details
Odia Ray Admin
ଓଡିଶା
08 July 2026

ଛତ୍ରପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳ ଷ୍ଟେସନରୁ ୪ ଜଣ ନାବଳକ ଉଦ୍ଧାର ହୋଇଛନ୍ତି। ସୁରଟ ଚାଲାଣ ବେଳେ ଶିଶୁ କଲ୍ୟାଣ କମିଟି ଚଢ଼ାଉ କରିଥିଲା। ୬ ନାବାଳକଙ୍କ ମଧ୍ୟରୁ ୨ ଜଣ ଫେରାର ହୋଇଯାଇଛନ୍ତି। ୪ ଜଣଙ୍କୁ ଉଦ୍ଧାର କରାଯାଇଛି। ୨ ଜଣ ଦଲାଲ ଛତ୍ରପୁର ଥାନାରେ ଅଟକ ଥିବା ଜଣାପଡ଼ିଛି।

powered by social2s

ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ କର୍ମଶାଳା ନେଇ ପ୍ରସ୍ତୁତି ବୈଠକ

Details
Odia Ray Admin
ଓଡିଶା
08 July 2026

ଭୁବନେଶ୍ୱର : ବଢ଼ୁଥିବା ଜନସଂଖ୍ୟା ଓ ସଚେତନତା ଅଭାବରୁ ଦିନକୁ ଦିନ ସଡ଼କ ଦୁର୍ଘଟଣା ଘଟଣାମାନ ଦେଖିବାକୁ ମିଳୁଛି । ଦ୍ରୁତ ଗତିରେ ଗାଡ଼ି ଚଳାଇବା, ହେଲ୍‌ମେଟ୍‌ ପରିଧାନ ନ କରିବା, ଟ୍ରାଫିକ୍‌ ନିୟମ ନ ମାନିବା ଏବଂ ମଦ୍ୟପାନ କରି ଗାଡ଼ି ଚଳାଇବା ଯୋଗୁଁ ଅନେକ ଦୁର୍ଘଟଣା ଘଟିବା ସହ ଧନଜୀବନ ହାନି ଘଟୁଛି । ସଡ଼କ ଦୁର୍ଘଟଣାକୁ ହ୍ରାସ କରିବା ଏବଂ ସୁରକ୍ଷିତ ଯାତ୍ରାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଗାମୀ ଦିନରେ ଏକ ଦୁଇଦିନିଆ କର୍ମଶାଳା ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପ୍ରଥମ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦୁର୍ଘଟଣାର ସ୍ଥିତି, ଦୁର୍ଘଟଣାର କାରଣ ଏବଂ ଏହାକୁ କମ୍‌ କରିବା ଦିଗରେ କ’ଣସବୁ ପଦକ୍ଷେପ ନିଆଯାଇପାରିବ ସେଥିନେଇ ଆଲୋଚନା ହୋଇଥିଲା । ଏଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଦୁର୍ଘଟଣାପ୍ରବଣ ଅଞ୍ଚଳ ଚିହ୍ନଟ ସହ ଏହାର ସଠିକ୍‌ ପରିଚାଳନା, ଆଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଉନ୍ନତ ତଥା ଦୁର୍ଘଟଣାମୁକ୍ତ ରାସ୍ତା ନିର୍ମାଣ, ଜାତୀୟ ରୋଡ୍‌ କଂଗ୍ରେସ୍‌ ମାର୍ଗଦର୍ଶିକା ଅନୁସାରେ ପାଦଚଲା ରାସ୍ତା ନିର୍ମାଣ ଏବଂ ବିଭିନ୍ନ ବିଭାଗ ସମନ୍ୱୟରେ ଜିଲ୍ଲାୱାରୀ ସଡ଼କ ଦୁର୍ଘଟଣା ହ୍ରାସ ଲାଗି ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ ଉପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗୁରୁତ୍ୱାରୋପ କରିଥିଲେ । ଏଥି ସହିତ ରାସ୍ତା କଡ଼ରେ ଭାରିଯାନ ରହିବା ସ୍ଥାନ ଏବଂ ୱେ-ସାଇଡ୍‌ ଆମିନିଟିଜ୍‌ ନିର୍ମାଣ ସହ ଦୁର୍ଘଟଣାପ୍ରବଣ ଅଞ୍ଚଳରେ ଆମ୍ବୁଲାନ୍ସ ରହଣି ନେଇ ବ୍ୟବସ୍ଥା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ବୈଠକରେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଏନ୍‌ବିଏସ୍‌ ରାଜପୁତ, ପରିବହନ କମିଶନର ଶ୍ରୀ ଅମିତାଭ୍‌ ଠାକୁରଙ୍କ ସମେତ ପୂର୍ତ୍ତ ବିଭାଗ, ଜାତୀୟ ରାଜପଥ ପ୍ରାଧିକରଣ, ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

Details
Odia Ray Admin
ଓଡିଶା
08 July 2026

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଶକ୍ତି କ୍ଷେତ୍ରର ସୁଧାର, ସୁରକ୍ଷା ଏବଂ କେନ୍ଦ୍ର ଓ ରାଜ୍ୟ ଯୋଜନାର କାର୍ଯ୍ୟକାରିତା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶକ୍ତି ବିଭାଗ, ଶ୍ରୀ ବିଶାଳ କୁମାର ଦେବ ଓପିଟିସିଏଲ୍ ର ସିଏମ୍ଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଏସ୍ ଏନ୍ ଗିରୀଶ ଏବଂ ଶକ୍ତି ବିଭାଗ ଓ ବିଦ୍ୟୁତ ବିତରଣ କମ୍ପାନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ନବୀକରଣୀୟ ଶକ୍ତି ଏବଂ ସୁଲଭ ଗୃହ ନିର୍ମାଣ ଉପରେ ଗୁରୁତ୍ୱ ଦେଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହ ଦେଓ ଘୋଷଣା କରିଛନ୍ତି ଯେ ପିଏମ୍-ସୂର୍ଯ୍ୟ ଘର ଯୋଜନାକୁ ଓଡ଼ିଶା ସରକାରଙ୍କ ବିଭିନ୍ନ ଗୃହ ନିର୍ମାଣ ଯୋଜନା ଯଥା ପିଏମ-ଆବାସ ଯୋଜନା ସହ ସଂଯୋଜନ କରାଯିବ। ଏହା ସେମାନଙ୍କ ଇଚ୍ଛାଧୀନ ରହିବ। ଆମର ଲକ୍ଷ୍ୟ ହେଉଛି ପିଏମ୍ ଆବାସ ଏବଂ ଅନ୍ୟାନ୍ୟ ଗୃହ ଯୋଜନାର ପ୍ରତ୍ୟେକ ହିତାଧିକାରୀ ମଧ୍ୟ ସୌର ଶକ୍ତିର ସୁବିଧା ପାଇପାରନ୍ତୁ। ରାଜ୍ୟ ଗୃହ ଯୋଜନା ସହ ପିଏମ୍-ସୂର୍ଯ୍ୟ ଘରକୁ ସଂଯୋଜନ କରି ଆମେ ଲୋକଙ୍କୁ ୨୪ ଘଣ୍ଟିଆ ପରିଷ୍କାର ଏବଂ ସୁଲଭ ବିଜୁଳି ଯୋଗାଇ ଦେବା ସହ ସେମାନଙ୍କ ବିଜୁଳି ବିଲ୍ ମଧ୍ୟ ହ୍ରାସ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଛନ୍ତି। ଏହି ଯୋଜନା ଅଧୀନରେ ସହରାଞ୍ଚଳରେ ୧ କିଲୋ ୱାଟ ବିଶିଷ୍ଟ ଛାତ ଉପର ସୌର ଶକ୍ତି ପ୍ୟାନେଲ ସ୍ଥାପନ ପାଇଁ କେନ୍ଦ୍ରରୁ ₹୩୦୦୦୦ ଟଙ୍କା ଏବଂ ରାଜ୍ୟରୁ ₹୨୫୦୦୦ ଟଙ୍କା ସବସିଡି ସହାୟତା ଦିଆଯାଉଛି। ହିତାଧିକାରୀଙ୍କୁ ମାତ୍ର ₹୧୮୭୫ ଟଙ୍କା ବ୍ୟୟରେ ଏହି ସୁବିଧା ମିଳିବ। ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଜନ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ଡିସ୍କମ୍ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାର ସମସ୍ତ ୪ଟି ବିଦ୍ୟୁତ ବିତରଣ କମ୍ପାନୀ ଅଧୀନରେ ₹୩୭୦୮ କୋଟି ବ୍ୟୟରେ ଭୂତଳ କେବୁଲ ତାର ବିଛାଯିବ। ଏହା ଦ୍ୱାରା ବାତ୍ୟା କିମ୍ବା କାଳବୈଶାଖୀ ସମୟରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହେବ ନାହିଁ। ଓଡ଼ିଶା ବିଦ୍ୟୁତ ବିତରଣ କମ୍ପାନୀ ପାଇଁ ଏକ ସମଗ୍ର ସୁରକ୍ଷା ଡିପିଆର ପ୍ରସ୍ତୁତ କରାଯାଉଛି। ବିପଜ୍ଜନକ ଖୋଲା, ତଳକୁ ଝୁଲୁଥିବା ତାର ସ୍ଥାନାନ୍ତର, ଖାଲି କଣ୍ଡକ୍ଟର ସ୍ଥାନରେ ଇନସୁଲେଟେଡ୍ କଣ୍ଡକ୍ଟର(ଆବରଣ ଥିବା), ବିତରଣ ସବଷ୍ଟେସନ୍ ରେ ଫେନ୍ସିଂ(ତାର ଜାଲି) ସ୍ଥାପନ, ପାୱାର ସବଷ୍ଟେସନ ବାଉଣ୍ଡ୍ରି ଓ୍ୱାଲ୍ ଏବଂ ସୁରକ୍ଷା ପାଇଁ କ୍ରେଡେଲ୍/ଗାର୍ଡ ତାର ବ୍ୟବସ୍ଥା କରାଯିବ। ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଓ ୟୁଟିଲିଟି ଲେଡ୍ ଆଗ୍ରିଗେସନ ମଡେଲ୍ ର କାର୍ଯ୍ୟାନ୍ୱୟନର ମଧ୍ୟ ସମୀକ୍ଷା କରାଯାଇଛି। ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ଯେ ଓଡ଼ିଶାର ପ୍ରତ୍ୟେକ ଘରକୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଏବଂ ସ୍ଥାୟୀ ବିଜୁଳି ଯୋଗାଇବା ପାଇଁ ରାଜ୍ୟ ସରକାର ଅହରହ ଚେଷ୍ଟିତ। ଶକ୍ତି,ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ଆଦି ବିଭାଗ ଗୁଡ଼ିକର ସମନ୍ୱୟରେ ଏହି ସୁଧାର କାର୍ଯ୍ୟ ଗୁଡ଼ିକ ପର୍ଯ୍ୟାୟକ୍ରମେ ସମ୍ପାଦନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

powered by social2s

ରଥଯାତ୍ରା-୨୦୨୬: ସୁରକ୍ଷା ବ୍ୟବସ୍ଥା ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ

Details
Odia Ray Admin
ଓଡିଶା
07 July 2026

କଟକ : ଆସନ୍ତା ଜୁଲାଇ ୧୬ରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ସୁରକ୍ଷିତ, ଶୃଙ୍ଖଳିତ, ତ୍ରୁଟିଶୂନ୍ୟ ଏବଂ ବିଭିନ୍ନ ସୁରକ୍ଷା ସଂସ୍ଥା ମଧ୍ୟରେ ସମନ୍ୱୟକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ଆଜି ଅପରାହ୍ନରେ କଟକ ସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ପୁଲିସର ବରିଷ୍ଠ ଅଧିକାରୀମାନଙ୍କ ସହିତ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ (CRPF), ସୀମା ସୁରକ୍ଷା ବଳ (BSF), ରେଳ ସୁରକ୍ଷା ବଳ (RPF), ଭାରତୀୟ ତଟରକ୍ଷୀ ବାହିନୀ (Indian Coast Guard) ଭଳି ଗୁରୁତ୍ଵପୂର୍ଣ୍ଣ ସଂସ୍ଥାର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ରଥଯାତ୍ରାର ସମସ୍ତ ସୁରକ୍ଷା ପ୍ରସଙ୍ଗ ଉପରେ ବିସ୍ତୃତ ସମୀକ୍ଷା କରିଥିଲେ। ରଥଯାତ୍ରା ସମୟରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (CAPF), ଏନଏସଜି ଟିମ୍ (NSG Teams) ଏବଂ ଏନଏସଜି କ୍ଵିକ୍ ରେସପନ୍ସ ଟିମ୍ (NSG QRTs) ଗୁଡ଼ିକର ମୁତୟନ ଓ ରଣନୀତି ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଚଳିତ ବର୍ଷ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଓଡ଼ିଶା ପୋଲିସ, ରେଳ ସୁରକ୍ଷା ବଳ (RPF) ଏବଂ ଭାରତୀୟ ତଟରକ୍ଷୀ ବାହିନୀ (Indian Coast Guard) ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ମିଳିତ ଭାବେ କାର୍ଯ୍ୟ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ଜଳ, ସ୍ଥଳ ଏବଂ ଆକାଶମାର୍ଗରୁ ନଜର ରଖିବା, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ଏବଂ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନେଇ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହା ସହ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ମୁକାବିଲା ନିମନ୍ତେ ସମୁଦ୍ର ମଧ୍ୟରେ ଭାରତୀୟ ନୌସେନା, ଭାରତୀୟ ତଟରକ୍ଷୀ ଓ ଓଡ଼ିଶା ପୋଲିସ ସାମୁଦ୍ରିକ ଥାନାର ମିଳିତ ପାଟ୍ରୋଲିଂ ବ୍ୟବସ୍ଥା ସହ ଜାହାଜରେ QRT ମୁତୟନ, ଆକାଶ ମାର୍ଗରୁ ଆକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଡ୍ରୋନ ଏଵଂ Anti Drone System ର ବ୍ୟବସ୍ଥା କରା ଯାଇଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଆଣ୍ଟି-ସାବୋଟାଜ୍ ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ସନ୍ଦେହଜନକ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ। ଆକାଶମାର୍ଗରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ନିଶ୍ଚିତ କରିବା ପାଇଁ ଅତ୍ୟାଧୁନିକ ଆଣ୍ଟି-ଡ୍ରୋନ୍ ସିଷ୍ଟମ୍ ମୁତୟନ କରାଯିବ, ଯାହା ଦ୍ୱାରା ବେଆଇନ ଡ୍ରୋନ୍ ଉଡ଼ାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇପାରିବ। ଏହାସହ ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ବୋମା ନିଷ୍କ୍ରିୟକାରୀ ଦଳ ବା ବମ୍ ଡିସପୋଜାଲ୍ ସ୍କ୍ୱାଡ୍ (Bomb Disposal Squad) ଏବଂ ସ୍ନିଫର୍ ଡଗ୍ ଟିମ୍‌କୁ ସର୍ବଦା ହାଇ-ଆଲର୍ଟରେ ରଖାଯିବା ନେଇ ବୈଠକରେ ରଣନୀତି ପ୍ରସ୍ତୁତ କରାଯାଇଛି। ଏହାସହ ମନ୍ଦିର ନିକଟରେ ରକ୍ଷକ ଯାନ ମୁତୟନ, K-9 ସ୍କ୍ୱାଡ୍ ନିୟୋଜନ, ଏନଏସଜି ତାଲିମପ୍ରାପ୍ତ ଏସଓଜି ଟିମ ମୁତୟନ, ଏସଟିୟୁ ଟିମ ନିୟୋଜିତ, ଦଳାଚକଟା ପରି ପରିସ୍ଥିତିକୁ ଏଡାଇବା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା, ପୋଲିସ ଫୋର୍ସଙ୍କ ରହଣି ପାଇଁ ଆବଶ୍ୟକ ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ୍ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରଖି ଆଶୁ ସମସ୍ୟାର ସମାଧାନ ଏବଂ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ଡିଜିପି ବିସ୍ତୃତ ଆଲୋଚନା କରିଥିଲେ। ରଥଯାତ୍ରା ସମୟରେ ଅପରାଧ ନିୟନ୍ତ୍ରଣ ଓ ଯାତ୍ରୀ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦିଆଯାଇଛି। ଚଳନ୍ତା ଟ୍ରେନ୍ ଓ ଷ୍ଟେସନଗୁଡ଼ିକରେ ପକେଟ୍‌ମାର୍, ଚୋରି ଓ ଲୁଟ୍‌ପାଟ୍ କରୁଥିବା ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ଚିହ୍ନଟ ଅପରାଧୀଙ୍କ ଫଟୋ ବିଭିନ୍ନ ପ୍ରମୁଖ ସର୍ବସାଧାରଣ ସ୍ଥାନ, ରେଳ ଷ୍ଟେସନ ଓ ରେଳବାଇ ଥାନା ସମ୍ମୁଖରେ ପ୍ରଦର୍ଶନ କରାଯିବ ଏବଂ ଏହି ସମସ୍ତ ଫଟୋଗ୍ରାଫ୍ ଆରପିଏଫ୍ (RPF)କୁ ମଧ୍ୟ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ସ୍ଵତନ୍ତ୍ର ଡ୍ରାଇଭ ଆରମ୍ଭ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ହୋଟେଲ, ଲଜ, ମଠ, ମନ୍ଦିର, ବସ ଷ୍ଟାଣ୍ଡ, ରେଳ ଷ୍ଟେସନ, ଶ୍ରମିକଙ୍କ ରହଣି ସ୍ଥଳ, ଧର୍ମଶାଳା ଆଦି ସ୍ଥାନ ଗୁଡିକରେ ତନ୍ନ ତନ୍ନ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କୌଣସି ପରିସ୍ଥିତିରେ ଯେପରି ତ୍ରୁଟିବିଚ୍ୟୁତି ନ ଘଟେ, ସେଥିପାଇଁ ପ୍ରତ୍ୟେକ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ସେ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ନିର୍ଦ୍ଦେଶକ (ଏସଆଇବି) ଶ୍ରୀ ରାଜେଶ ସୁବର୍ଣ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜିପି (ସିଆରପିଏଫ) ଶ୍ରୀ ଅମିତେନ୍ଦ୍ର ନାଥ ସିହ୍ନା, ଆଇଜିପି (ଅପରେସନ) ଡଃ ଦୀପକ କୁମାର, ଆଇଜିପି (ଆରପିଏଫ) ଶ୍ରୀ ଆଲୋକ ଭୋରା ଉପସ୍ଥିତ ଥିଲେ। ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟଜିତ ନାୟକ, ପୁରୀ ଏସପି ଶ୍ରୀ ପ୍ରତୀକ ସିଂ ଆଭାସୀ ମାଧ୍ୟମରେ ଏହି ବୈଠକରେ ଯୋଗ ଦେଇଥିଲେ।

powered by social2s

More Articles ...

  1. ଜାତୀୟ ଜନଜାତି ଗବେଷଣା ପ୍ରତିଷ୍ଠାନ ଗୁଡ଼ିକର ସଶକ୍ତୀକରଣ ନେଇ ଦୁଇ ଦିନିଆ ଜାତୀୟ କର୍ମଶାଳା ଭୁବନେଶ୍ୱରରେ ଆରମ୍ଭ
  2. ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା
  3. ଈଶ୍ୱର ଏବଂ ଭୌତିକବାଦର ସଂସ୍କୃତି
Page 116 of 2252
  • Start
  • Prev
  • 111
  • 112
  • 113
  • 114
  • 115
  • 116
  • 117
  • 118
  • 119
  • 120
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.