• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
24
Tue, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପୁରୀରେ ପୋଲିସ ପ୍ରଶାସନର ସମୀକ୍ଷା ବୈଠକ; ସୁରକ୍ଷା ବ୍ୟବସ୍ଥା ନେଇ ପ୍ରସ୍ତୁତି

Details
Odia Ray Admin
ଓଡିଶା
04 July 2026

ପୁରୀ : ଜୁଲାଇ ୧୬ ତାରିଖରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ତଥା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସେମାନଙ୍କ ସୁରକ୍ଷା ଉପରେ ଏହି ବୈଠକରେ ସର୍ବାଧିକ ପ୍ରାଧାନ୍ୟ ଦିଆଯାଇଛି। ଏହି ରଥଯାତ୍ରାକୁ ଅଘଟଣ ମୁକ୍ତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ରଥଯାତ୍ରା ଡ୍ୟୁଟି ପାଇଁ ପ୍ରାୟ ୧୨,୦୦୦ ପୋଲିସ କର୍ମଚାରୀ, ଟ୍ରାଫିକ କନଷ୍ଟେବଳ ଓ ୧୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (CAPF) ସିଆରପିଏଫ ଏବଂ ବିଏସଫ ମୁତୟନ ରହି ସୁରକ୍ଷା ଦାୟିତ୍ୱ ତୁଲାଇବେ। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୫୦ ପ୍ଲାଟୁନ OSAP, IRBN, APR ଏବଂ ଟ୍ରାଫିକ ଫୋର୍ସ ମୁତୟନ କରାଯିବ। ସହରର ବିଭିନ୍ନ ସ୍ଥାନରେ ୩,୦୦୦ ହୋମଗାର୍ଡଙ୍କୁ ମୁତୟନ କରାଯାଇ ଭିଡ଼ ନିୟନ୍ତ୍ରଣ ତଥା ଟ୍ରାଫିକ ଓ ପାର୍କିଂ ରେ ପୋଲିସକୁ ସହଯୋଗ କରିବେ । ବୈଠକରେ ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି ଯେ, ରଥ ଯାତ୍ରା ସମୟ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଯେଉଁ ପ୍ରତିକୂଳ ପରିବେଶ ସୃଷ୍ଟି ହେବ, ତା ପ୍ରତି ସଜାଗ ରହି ଆଗୁଆ ପଦକ୍ଷେପ ନେଇ ରଥ ଯାତ୍ରାକୁ ସୁସଂଗଠିତ କରିବାକୁ ପଡିବ। ଭକ୍ତମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୋଇ ସୁରୁଖୁରୁରେ ପୁରୀରେ ପହଞ୍ଚି, ଭଲରେ ମହାପ୍ରଭୁଙ୍କ ଦର୍ଶନ ସାରି ସୁରକ୍ଷିତ ଭାବେ ନିଜ ନିଜ ଘରକୁ ଫେରି ପାରିବେ, ତାହା ଉପରେ ସର୍ବୋଚ୍ଚ ଗୁରୁତ୍ୱ ଦିଆଯାଇଛି। ଏହା ସହିତ ବାହାରୁ ଆସୁଥିବା ପୋଲିସ ଫୋର୍ସ ମାନଙ୍କ ରହଣି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସଠିକ୍‌ ଭାବେ ପରିଚାଳନା କରିବା ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଛି। ଜନସାଧାରଣଙ୍କ ସହଯୋଗରେ ୨୦୨୬ ରଥଯାତ୍ରା ଅତ୍ୟନ୍ତ ସଫଳତାର ସହ ସମ୍ପାଦିତ ହେବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଜନସାଧାରଣଙ୍କୁ ନିବେଦନ କରି ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି ଯେ, ଶ୍ରଦ୍ଧାଳୁମାନେ ପୁରୀ ଅଭିମୁଖେ ବାହାରିବା ସମୟରେ ଓଡ଼ିଶା ପୋଲିସର ଅଫିସିଆଲ୍ ପୋର୍ଟାଲ୍ ଏବଂ ଟ୍ରାଫିକ ପରିଚାଳନା ପାଇଁ ସମୟ ସମୟରେ ଜାରି ହେଉଥିବା ବିଭିନ୍ନ 'ଟ୍ରାଫିକ ଆଡଭାଇଜରୀ' କୁ ଧ୍ୟାନ ଦେବା ଉଚିତ୍। ପୋର୍ଟାଲ ଜରିଆରେ ଦିଆଯାଉଥିବା ସମସ୍ତ ପରାମର୍ଶ ଓ ନିୟମକୁ ସଠିକ୍ ଭାବେ ପାଳନ କରି ଯାତ୍ରା କଲେ ଟ୍ରାଫିକ ସମସ୍ୟା ଏଡ଼ାଯାଇପାରିବ। ଏହି ସମୀକ୍ଷା ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର.ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଟ୍ରାନ୍ସପୋର୍ଟ କମିଶନର ଶ୍ରୀ ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (SAP) ଶ୍ରୀ ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ନିର୍ଦ୍ଦେଶକ (ଏସସିଆରବି) ଶ୍ରୀ ଅବିନାଶ କୁମାର, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟଜିତ ନାୟକ, ଡିଆଇଜି (ଏସଟିଏଫ) ଡ଼ କନୱର ବିଶାଳ ସିଂ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (କାର୍ମିକ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ, ଡିଆଇଜି (କ୍ରାଇମବ୍ରାଞ୍ଚ) ଶ୍ରୀ ବି. ଗଙ୍ଗାଧର, ଡିଆଇଜି ଶ୍ରୀ ଆଶିଷ ସିଂହ, ଏସପି (ପୁରୀ) ଶ୍ରୀ ପ୍ରତୀକ ସିଂଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ I ଏହାସହ ଆଭାସୀ ମାଧ୍ୟମରେ ଆଇଜିପି (ଉତ୍ତର-କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟବ୍ରତ ଭୋଇ, ଡିଆଇଜି (ପୂର୍ବାଞ୍ଚଳ) ଶ୍ରୀ ପିନାକ ମିଶ୍ର ପ୍ରମୁଖ ଯୋଗ ଦେଇ ସେମାନଙ୍କ ମୂଲ୍ୟବାନ ମତାମତ ଉପସ୍ଥାପନ କରିଥିଲେ।

powered by social2s

ଡାକ୍ତର ଆନ୍ଦୋଳନ ସ୍ଥଗିତ

Details
Odia Ray Admin
ଓଡିଶା
04 July 2026

ଭୁବନେଶ୍ୱର : ଓଡ଼ିଶା ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହଲିଙ୍ଗଙ୍କ ସହ ଓମ୍‌ସାର ଆଲୋଚନା ପରେ ଡାକ୍ତର ଆନ୍ଦୋଳନ ସ୍ଥଗିତ ରହିଛି। ଆଜିଠୁ କାର୍ଯ୍ୟରେ ଯୋଗ ଦେବା ନେଇ ସୂଚନା। ଓମ୍‌ସାର ଦାବି ନେଇ ଉଚ୍ଚସ୍ତରୀୟ କମିଟି ଗଠନ ନିଷ୍ପତ୍ତି ନିଆଯାଇଛି। କମିଟିରେ ସ୍ବାସ୍ଥ୍ୟ, ଜିଏ, ଅର୍ଥ, ଆଇନ ସଚିବ ସ୍ଥାନିତ ରହିଛନ୍ତି। ଆସନ୍ତା ୨୨ ତାରିଖରେ ବସିବ କମିଟିର ପ୍ରଥମ ବୈଠକ। ଆଲୋଚନା ସଫଳ ନେଇ ସୂଚନା ଦେଲା ଓମ୍‌ସା।

powered by social2s

ସାରା ଓଡ଼ିଶାରେ ପ୍ରବଳ ବର୍ଷା

Details
Odia Ray Admin
ଓଡିଶା
04 July 2026

ଭୁବନେଶ୍ୱର : ସାରା ଓଡ଼ିଶାରେ ଲାଗି ରହିଛି ପ୍ରବଳ ବର୍ଷା। ଆଜି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଓ ସୋନପୁରକୁ ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ରାଜ୍ୟରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।

powered by social2s

ଡାବର ଗ୍ଲୁକୋଜ ପକ୍ଷରୁ ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ

Details
Odia Ray Admin
ଓଡିଶା
03 July 2026

ଭୁବନେଶ୍ୱର: ଡାବରର ଅଗ୍ରଣୀ ଇନ୍‌ଷ୍ଟାଂଟ ଏନର୍ଜି ଡ୍ରିଙ୍କ, ଡାବର ଗ୍ଲୁକୋଜ ପକ୍ଷରୁ ଯୁବ କ୍ରୀଡା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏକ ମେଗା କ୍ୟାମ୍ପେନ ‘ଏନର୍ଜାଇଜ ଇଣ୍ଡିଆ’ର ଶୁଭାରମ୍ଭ କରାଯାଇଛି । ଏହି କ୍ୟାମ୍ପେନ ଭାରତର ପ୍ରମୁଖ ସ୍ପୋର୍ଟସ ଏକାଡେମୀଗୁଡିକରେ ଯୁବ ଆଥ୍‌ଲେଟମାନଙ୍କୁ ଶକ୍ତି ଓ ସାମର୍ଥ୍ୟର ମହତ୍ୱ ସମ୍ପର୍କରେ ସଚେତନ କରିବ । ଏହି କ୍ୟାମ୍ପେନର ଅଂଶଭାବେ ଡାବର ଗ୍ଳୁକୋଜ ନୀଳାଦ୍ରି ବିହାରସ୍ଥିତ ୟୁନିକର୍ଣ୍ଣ ସ୍କେଟିଙ୍ଗ କ୍ଲବ ଭୁବନେଶ୍ୱରଠାରେ ଶକ୍ତି ଓ ସାମର୍ଥ୍ୟ ପରିଚାଳନା ଉପରେ ଏକ ସ୍ୱତନ୍ତ୍ର ସଚେତନତା ଅଧିବେଶନ ପରିଚାଳନା କରାଯାଇଛି । ଉକ୍ତ କ୍ଷେତ୍ରରେ ପ୍ରତିଷ୍ଠିତ ଡାକ୍ତର ଓ ବିଶେଷଜ୍ଞମାନେ ଯୋଗ ଦେଇଥିଲେ । ଏହି ଅଧିବେଶନ କ୍ରୀଡାବିତମାନଙ୍କୁ ନିଜର ପ୍ରଦର୍ଶନ ଉନ୍ନତ କରିବା ଓ ନିଜର ସମ୍ପୂର୍ଣ୍ଣ କ୍ଷମତା ହାସଲ କରିବାରେ ସାହାଯ୍ୟ କରିବା ପାଇଁ ମୂଲ୍ୟବାନ ତଥ୍ୟ ଓ ରଣନୀତି ପ୍ରଦାନ କରିଛି । ଏହି ଅବସରରେ ଡାବର ପକ୍ଷରୁ ଏହି ଏକାଡେମୀର ଶୀର୍ଷ କ୍ରୀଡାବିତମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି କ୍ୟାମ୍ପେନ ସମ୍ପର୍କରେ ଡାବର ଇଣ୍ଡିଆ ଲିମିଟେଡର ହେଲ୍‌ଥ ସପ୍ଲିମେଂଟ୍‌ସ ବିଭାଗର ମାର୍କେଟିଂ ହେଡ ଅମିତ ଗର୍ଗ କହିଛନ୍ତି, “ଆମେ ଯୁବ କ୍ରୀଡାବିତଙ୍କ ମଧ୍ୟରେ ଶକ୍ତି ଓ ସାମର୍ଥ୍ୟର ମହତ୍ୱକୁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ନିଜ କ୍ରୀଡା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବା ପାଇଁ ଆବଶ୍ୟକ ଶକ୍ତି ପ୍ରଦାନ କରିବା ପାଇଁ ଆମର ‘ଏନର୍ଜାଇଜ ଇଣ୍ଡିଆ’ କ୍ୟାମ୍ପେନ ଲଂଚ କରି ଖୁସି ଅନୁଭବ କରିଛୁ । ଏକ ବ୍ରାଣ୍ଡ ଭାବେ ଡାବର ଗ୍ଲୁକୋଜ କ୍ରୀଡାବିତ, କ୍ରୀଡାପ୍ରେମୀ ଓ ସକ୍ରିୟ ଜୀବନଶୈଳୀ ବଂଚୁଥିବା ଲୋକଙ୍କ ପାଇଁ ଏକ ଉପଯୁକ୍ତ ଫିଟ୍ । ଏହି ଉତ୍ପାଦକୁ ଏକ ତତ୍କାଳ ଶକ୍ତି ବୃଦ୍ଧି ପ୍ରଦାନ କରିବା ପାଇଁ ଡିଜାଇନ କରାଯାଇଛି । ଡାବର ଗ୍ଲୁକୋଜ ସବୁବେଳେ ଯୁବପିଢିଙ୍କ ପାଇଁ ଏକ ସୁସ୍ଥ ଓ ସକ୍ରିୟ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ପ୍ରତି ପ୍ରତିବଦ୍ଧ ରହିଛି । ଯୁବ କ୍ରୀଡାବିତଙ୍କ ସହ ଏହି ସହଭାଗିତା ଉକ୍ତ ଲକ୍ଷ୍ୟ ହାସଲ କରିବା ଦିଗରେ ଆଉ ଏକ ପଦକ୍ଷେପ ଅଟେ । ଏହାର ସତେଜ ସ୍ୱାଦ ଓ ତତ୍କାଳ ଶକ୍ତି ବୃଦ୍ଧି ସହିତ ଡାବର ଗ୍ଲୁକୋଜ ହେଉଛି ଯୁବ କ୍ରୀଡାବିତଙ୍କ ପାଇଁ ଶକ୍ତିସମ୍ପନ୍ନ ରହିବା ଓ ନିଜର ସର୍ବୋତମ ପ୍ରଦର୍ଶନ କରିବା ପାଇଁ ଏକ ଉପଯୁକ୍ତ ପସନ୍ଦ ।” ଏହି ଲଂଚ କାର୍ଯ୍ୟକ୍ରମରେ ଆୟୋଜିତ ଏନର୍ଜି ଅଧିବେଶନକୁ ଅଜୟ ଭୁଷଣ ସାହୁ, ଦେବାଶିଷ ପଟ୍ଟନାୟକ, ଆଶୁତୋଷ ମଲ୍ଲିକ, ଶ୍ରୀତମ ମିଶ୍ର, ପ୍ରଦୀପ୍ତ ଗିରି ଓ ସତ୍ୟପ୍ରକାଶ ମଲ୍ଲିକ ପରିଚାଳନା କରିଥିଲେ ।

powered by social2s

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାର ଗେଟ୍‌

Details
Odia Ray Admin
ଓଡିଶା
04 July 2026

ଲମତାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍‌ ଖୋଲାଯାଇଛି। ଚଳିତ ବର୍ଷ ଖୋଲିଲା ଡି ଡ୍ୟାମ୍‌ର ଗୋଟିଏ ଗେଟ୍‌। ଚିତ୍ରକୋଣ୍ଡା ଜଳଭଣ୍ଡାରକୁ ନିଷ୍କାସନ ହେଲା ବର୍ଷା ଜଳ। ଡ୍ୟାମ୍‌ କ୍ଷମତା ୨୫୯୦ ଫୁଟ୍। ଜଳସ୍ତର ରହିଛି ୨୫୮୭ ଫୁଟ୍‌।

powered by social2s

ଗ୍ଲୋବାଲ୍ ଗ୍ରୀନ୍ ହବ୍ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
03 July 2026

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧି ମଣ୍ଡଳଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ କହିଛନ୍ତି ଯେ, ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗରେ ଓଡିଶାକୁ ଏକ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ ରେ ପରିଣତ କରାଯିବ। ଆଜି ଲୋକସେବା ଭବନର କନଭେନସନ୍‌ ସେଣ୍ଟରଠାରେ ଜାପାନର ବିଜିନେସ୍ ଡେଲିଗେଟ୍ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଓଡିଶାରେ ପୁଞ୍ଜି ନିବେଶ ସମ୍ପର୍କରେ ବିଶେଷକରି ସବୁଜ ଅର୍ଥନୀତିର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ACME ଗ୍ରୁପ ଓ IHI Corporation ସହିତ ଏକ ସହଯୋଗ ପତ୍ର ବା Memorandum of Cooperation (MoC) ସ୍ୱାକ୍ଷର କରିଛନ୍ତି। ଏହାଦ୍ୱାରା ଏହି ଦୁଇଟି କମ୍ପାନୀ ଓଡିଶାରେ ସ୍ୱଚ୍ଛ ଶକ୍ତି ଏବଂ ଅନ୍ୟାନ୍ୟ ଶିଳ୍ପ ପ୍ରକଳ୍ପରେ ବ୍ୟାପକ ରୂପରେ ନିବେଶ କରିବା ପାଇଁ ଉଦ୍ୟମ କରିବେ। ଏହି ସହଯୋଗ ଦ୍ୱାରା ଟେକ୍ନୋଲୋଜି ଟ୍ରାନ୍ସଫର, ପରିବେଶ ଅନୁକୂଳ ଦୀର୍ଘସ୍ଥାୟୀ ଶିଳ୍ପାୟନ ସହିତ ଓଡିଶାରେ ବ୍ୟାପକ ନିଯୁକ୍ତି ଓ ଅର୍ଥନୈତିକ ସୁଯୋଗ ସୃଷ୍ଟି ହେବ। ଏହି ଦୁଇଟି କମ୍ପାନୀ ACME ଓ IHI ଓଡିଶାରେ ୩ଟି ପ୍ରକଳ୍ପ ସ୍ଥାପନ କରିବା ପାଇଁ ସହଯୋଗର ହାତ ବଢାଇଛନ୍ତି। ଏହାର ସମୁଦାୟ ନିବେଶ ମୂଲ୍ୟ ପ୍ରାୟ ୬୭,୦୦୦ କୋଟି ଟଙ୍କା ଏବଂ ଏହା ଦ୍ୱାରା ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ପ୍ରକଳ୍ପ ଗୁଡିକ ହେଲା ଗୋପାଳପୁରରେ ୦.୪ MTPA କ୍ଷମତା ବିଶିଷ୍ଟ ଗ୍ରୀନ ଆମୋନିଆ ପ୍ରକଳ୍ପ। ଏଥିରେ ୨୦,୦୦୦ କୋଟି ଟଙ୍କା ନିବେଶ ହେବ ଏବଂ ଏହାଦ୍ୱାରା ୩,୪୦୦ ନିଯୁକ୍ତି ସୃଷ୍ଟି ହେବ। ଏହା ସହିତ ଏହି ପ୍ରକଳ୍ପରେ ଅତିରିକ୍ତ ୧,୦୦୦ କୋଟି ଟଙ୍କା ନିବେଶରେ ଏକ ଜେଟି ବିହୀନ ଫ୍ଲୋଟିଙ୍ଗ୍ ଟର୍ମିନାଲ୍ ଭିତ୍ତିଭୂମି ସୃଷ୍ଟି କରାଯିବ। ଏହା ସହିତ ପାରାଦୀପରେ ୩୪,୦୦୦ କୋଟି ଟଙ୍କା ବିନିଯୋଗରେ ୦.୮ MTPA କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍ ଆମୋନିଆ ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଏହାଦ୍ୱାରା ୩,୬୦୦ ନିଯୁକ୍ତି ସୃଷ୍ଟି ହେବ। ତୃତୀୟ ପ୍ରକଳ୍ପଟି ହେଉଛି ୧୨,୦୦୦ କୋଟି ଟଙ୍କା ବିନିଯୋଗରେ ପାରାଦୀପରେ ୦.୧ MTPA କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍ ମିଥାନଲ୍ ପ୍ରକଳ୍ପ କରାଯିବ। ଏହା ଦ୍ୱାରା ୬୦୦ ନିଯୁକ୍ତି ସୃଷ୍ଟି ହେବ। ଏହି ଅବସରରେ ଦେଶର ଅନ୍ୟତମ ବୃହତ୍ତମ ଗ୍ରୀନ୍ ହାଇଡ୍ରୋଜେନ୍ ଇକୋସିଷ୍ଟମ ପ୍ରତିଷ୍ଠା ନେଇ ଓଡ଼ିଶାର ଦୂରଦୃଷ୍ଟି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଛନ୍ତି। ଗତକାଲି ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ୧୧ ବିଲିୟନ ଡଲାରର ଚୁକ୍ତି ପରେ ଆଜି ଦୂର ପ୍ରାଚ୍ୟ ବନ୍ଧୁ ଜାପାନ ସହିତ ହୋଇଥିବା ଏହି ସହଭାଗିତା ରାଜ୍ୟର ଶିଳ୍ପ କ୍ଷେତ୍ରକୁ ଆହୁରି ଉଜ୍ଜ୍ୱଳ କରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ବର୍ତ୍ତମାନ ସୁଦ୍ଧା ୧୨ଟି ପ୍ରମୁଖ ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଗ୍ରୀନ୍ ଆମୋନିଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇସାରିଛି। ଏହାଦ୍ୱାରା ରାଜ୍ୟକୁ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩୬ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପାରାଦୀପ, କେନ୍ଦ୍ରାପଡ଼ା ଓ ଗୋପାଳପୁରକୁ ନେଇ ଦୁଇଟି ସବୁଜ ଶିଳ୍ପ କରିଡର ବିକାଶ କରାଯାଉଛି, ଯାହା ଭାରତର 'ଇସ୍ପାତ ରାଜଧାନୀ' ଓଡ଼ିଶାକୁ ଗ୍ରୀନ୍ ଷ୍ଟିଲ୍ ଉତ୍ପାଦନରେ ବିଶ୍ୱସ୍ତରୀୟ ଅଗ୍ରଣୀ କରାଇବ। ଏହି କାର୍ଯ୍ୟକ୍ରମରେ ACME, IHI ଓ MITSUBISHI ଆଦି ଅନ୍ତର୍ଜାତୀୟ ସ୍ତରର କମ୍ପାନୀର ପ୍ରତିନିଧିମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ IHI କର୍ପୋରେସନ୍‌କୁ ରାଜ୍ୟରେ ଏକ 'ଜାପାନୀ ଗ୍ରୀନ୍ ଇଞ୍ଜିନିୟରିଂ ଏବଂ ଇନୋଭେସନ୍ ସେଣ୍ଟର' ଏବଂ MITSUBISHI କର୍ପୋରେସନ୍‌କୁ ଗ୍ରୀନ୍ କେମିକାଲ୍ସ ଓ ସ୍ଥାୟୀ ଇନ୍ଧନ କ୍ଷେତ୍ରରେ ନିବେଶ ପାଇଁ ବିଶେଷ ଆମନ୍ତ୍ରଣ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜାନୁଆରୀର ‘ଉତ୍କର୍ଷ ଓଡ଼ିଶା’ ପରଠାରୁ ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି ଏବଂ ବିଗତ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶା ସରକାର ୧୦ ଲକ୍ଷ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ରାଜ୍ୟର ୨୯ଟି ଜିଲ୍ଲାରେ ଶିଳ୍ପାୟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଆଗାମୀ କିଛି ଦିନ ମଧ୍ୟରେ ରାଜ୍ୟର ସବୁ ଜିଲ୍ଲାରେ ଉଦ୍ୟୋଗ ପ୍ରତିଷ୍ଠା କରାଯାଇ ସମାବେଶୀ ଶିଳ୍ପାୟନର ଲକ୍ଷ୍ୟକୁ ହାସଲ କରାଯିବ। ଏହି ଆଲୋଚନାରେ, ଆଇଏଚ୍‌ଆଇ (IHI) କର୍ପୋରେସନ୍ ର President ଓ CEO Hiroshi Ide ଓଡ଼ିଶାର ସବୁଜ ଶକ୍ତି ନୀତି ଏବଂ ପୁଞ୍ଜିନିବେଶ ପରିବେଶକୁ ଉଚ୍ଚ ପ୍ରଶଂସା କରି କହିଥିଲେ ଯେ ଓଡ଼ିଶାରେ ଶକ୍ତି କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ସହଯୋଗ ଓ ସରକାରଙ୍କ ଦୂରଦୃଷ୍ଟିସମ୍ପନ୍ନ ଶକ୍ତି ନୀତି ବେଶ୍ ପ୍ରଶଂସନୀୟ। ଜାପାନ ପାଇଁ ସବୁଜ ଶକ୍ତି (ଗ୍ରୀନ୍ ଏନର୍ଜି) କ୍ଷେତ୍ରରେ ବୃହତ ପୁଞ୍ଜିନିବେଶ କରିବା ନିମନ୍ତେ ଓଡ଼ିଶା ଏକ ସର୍ବୋତ୍ତମ ଏବଂ ସୁଦୃଢ଼ ମାଧ୍ୟମ ସାଜିଛି ବୋଲି ସେ କହିଥିଲେ। Mitsubishi ଗ୍ୟାସ୍ କେମିକାଲ୍ କମ୍ପାନୀର ପ୍ରତିନିଧି ଓଡ଼ିଶାର ଏକ ସବୁଜ ଓ ସୁଦୃଢ଼ ଭବିଷ୍ୟତ ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏସିଏମଇ ଗ୍ରୁପ୍‌ର ଚେୟାରମ୍ୟାନ୍ ତଥା ମ୍ୟାନେଜିଂ ଡିରେକ୍ଟର ମନୋଜ କୁମାର ଉପାଧ୍ୟାୟ ଓଡ଼ିଶାର ଶିଳ୍ପାନୁକୂଳ ପରିବେଶକୁ ପୁଞ୍ଜିନିବେଶର ଶ୍ରେଷ୍ଠ ଗନ୍ତବ୍ୟସ୍ଥଳ ବୋଲି କହିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ସମୟରେ ସବୁଜ ଶକ୍ତି କ୍ଷେତ୍ରରେ ନିବେଶ ପାଇଁ ଓଡ଼ିଶା ସବୁଠାରୁ ଅନୁକୂଳ ଏବଂ ଆକର୍ଷଣୀୟ ସ୍ଥାନ ଭାବେ ଉଭା ହୋଇଛି। ଭୌଗୋଳିକ ଦୃଷ୍ଟିକୋଣରୁ ଓଡ଼ିଶା ଜାପାନର ଅଧିକ ନିକଟତର। ତେଣୁ ଓଡ଼ିଶାରେ ଉତ୍ପାଦିତ ସବୁଜ ଶକ୍ତିକୁ ଖୁବ୍ ସହଜରେ ଜାପାନକୁ ରପ୍ତାନି କରାଯାଇପାରିବ ଏବଂ ଆଗାମୀ ଦିନରେ ଓଡ଼ିଶା ସଫଳତାର ସହ ଜାପାନକୁ ଶକ୍ତି ରପ୍ତାନୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହି କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ, ଜାପାନୀ ପ୍ରତିନିଧିମଣ୍ଡଳ ସମେତ ଟି.ଆର୍‌.ଏଲ୍‌. କ୍ରୋସାକି, ଟି.ୱାଇ.କେ. କର୍ପୋରେସନ୍‌, ଇଣ୍ଡୋ ନିସିନ୍‌, ଏ.ସି.ଏମ୍‌.ଇ. ଗ୍ରୁପ୍‌, ଆଇ.ଏଚ୍‌.ଆଇ. କର୍ପୋରେସନ୍‌ ଓ ମିତ୍‌ସୁବିଶିର ପ୍ରତିନିଧିବୃନ୍ଦ ଏବଂ ବିଶ୍ୱ ବ୍ୟାଙ୍କ, ଆନ୍ତର୍ଜାତୀୟ ଅର୍ଥ ନିଗମ (IFC) ଓ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ADB) ର ପ୍ରତିନିଧିମାନେ ମଧ୍ୟ ଏହି ଆଲୋଚନାରେ ସାମିଲ ହୋଇଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଇପିକଲ୍‌ (IPICOL) ର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଆବୋଲି ସୁନୀଲ ନରଭାଣେ ଆଲୋଚନା ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ।

powered by social2s

ମାଟିଆପଡ଼ା ଆର୍‌ଓବି ର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ; ସର୍ଭିସ୍‌ ରୋଡ୍‌ ଓ ପାରିପାଶ୍ୱର୍କ ସ୍ୱଚ୍ଛତା ଉପରେ ଗୁରୁତ୍ୱ

Details
Odia Ray Admin
ଓଡିଶା
03 July 2026

ଭୁବନେଶ୍ୱର/ପୁରୀ: ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଏହାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ସହରକୁ ପ୍ରବେଶ ଓ ପ୍ରସ୍ଥାନ କ୍ଷେତ୍ରରେ ମାଟିଆପଡ଼ା ଆର୍‌ଓବିର ପ୍ରମୁଖ ଭାଗୀଦାରି ରହିଛି । ଏଣୁ ଚଳିତ ରଥଯାତ୍ରା ପୂର୍ବରୁ ମାଟିଆପଡ଼ା ଆର୍‌ଓବିର ନିର୍ମାଣ କାର୍ଯ୍ୟ ଶେଷ କରି ଜନସାଧାରଣଙ୍କ ବ୍ୟବହାର ଉପଯୋଗୀ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିୟମିତ ପୁରୀ ଗସ୍ତ କରି କାର୍ଯ୍ୟର ଅଗ୍ରଗତି ଓ ସ୍ଥିତିର ସମୀକ୍ଷା କରୁଛନ୍ତି । ଏହି କ୍ରମରେ ଗତକାଲି ସଚିବ ଶ୍ରୀ ସିଂହ ମାଟିଆପଡ଼ା ଗସ୍ତ କରି ନିର୍ମାଣ ସ୍ଥଳୀ ପରିଦର୍ଶନ କରିବା ସହ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ ସୁଦ୍ଧା ବୋ-ଷ୍ଟିଙ୍ଗ୍‌ ଗାର୍ଡରର ଲଞ୍ଚିଂ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହୋଇଥିବାବେଳେ ବୋ-ଷ୍ଟିଙ୍ଗ୍‌ ଗାର୍ଡର ଉପରେ ଡେକ୍‌ ସ୍ଲାବ୍‌ କାଷ୍ଟିଂ କାର୍ଯ୍ୟକୁ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ସଚିବ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଅବଶିଷ୍ଟ ଗୋଟିଏ ପିଏସ୍‌ସି ଗାର୍ଡର ସ୍ପାନ୍‌ର ଲଞ୍ଚିଂ ଏବଂ ଡେକ୍‌ ସ୍ଲାବ୍‌ କାଷ୍ଟିଂ ଶୀଘ୍ର ଶେଷ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ । ରଥଯାତ୍ରା ପୂର୍ବରୁ ଆର୍‌ଓବି ସର୍ଭିସ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଯାତାୟତ ଉପଯୋଗୀ କରିବା ଏବଂ ନିର୍ମାଣ ସାମଗ୍ରୀ ଓ ଆବର୍ଜନା ହଟାଇ ଆର୍‌ଓବି ସ୍ଥଳକୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବରିଷ୍ଠ ଅଧିକାରୀ ଓ ନିର୍ମାଣ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିଦର୍ଶନ ସମୟରେ ମୁଖ୍ୟଯନ୍ତ୍ରୀ (ଜାତୀୟ ରାଜପଥ), ଅଧୀକ୍ଷଣ ଯନ୍ତ୍ରୀ (ଏନ୍‌ଏଚ୍‌ ଡିଭିଜନ୍‌) ଏବଂ ନିର୍ମାଣ ଦାୟିତ୍ୱରେ ଥିବା ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

More Articles ...

  1. କୋରାପୁଟରେ ରେକର୍ଡ ବର୍ଷା
  2. ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସ୍ୱାସ୍ଥ୍ୟ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ
  3. ଅନ୍ଧକାରରେ ଦେବତା
Page 119 of 2252
  • Start
  • Prev
  • 114
  • 115
  • 116
  • 117
  • 118
  • 119
  • 120
  • 121
  • 122
  • 123
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.