• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
25
Wed, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଓଡ଼ିଶାର ସବୁ ହଷ୍ଟେଲକୁ ହେବ ପିଏନ୍‌ଜି ସଂଯୋଗ

Details
Odia Ray Admin
ଓଡିଶା
26 June 2026

ଭୁବନେଶ୍ୱର : ଓଡ଼ିଶାର ସବୁ ହଷ୍ଟେଲକୁ ପିଏନ୍‌ଜି ସଂଯୋଗ ପାଇଁ ନିର୍ଦ୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ। ଏଲ୍‌ପିଜି ସଙ୍କଟକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ହଷ୍ଟେଲ କିଚେନରେ ରୋଷେଇ ବାଧାପ୍ରାପ୍ତ ନ ହେବାକୁ ପ୍ରାଥମିକତା ଦିଆଯାଉଛି। ପିଏନଜି ଉପଲବ୍ଧ ଥିବା ସ୍ଥାନ ଗୁଡିକରେ ପିଏନ୍‌ଜି ସଂଯୋଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜୁନ୍‌ ୩୦ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି।

powered by social2s

ରେଭେନ୍ସା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପରିସରରେ ଏନ୍ଏସଏସ ରାଜ୍ଯ ସଂହତି ଶିବିରର ତୃତୀୟଦିନର କାର୍ଯ୍ୟକ୍ରମ ସୁଚାରୁ ରୂପେ ସମ୍ପାଦନ

Details
Odia Ray Admin
ଓଡିଶା
25 June 2026

କଟକ :କଟକ ରେଭେନ୍ସା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପରିସରରେ ଏନ୍ଏସଏସ ରାଜ୍ଯ ସଂହତି ଶିବିରର ତୃତୀୟଦିନର କାର୍ଯ୍ୟକ୍ରମ ସୁଚାରୁ ରୂପେ ସମ୍ପାଦନ ହୋଇଛି। ପ୍ରାତଃ ସମୟରେ ଯୋଗ ଶିକ୍ଷକ ପ୍ରୀତମ ପ୍ରତ୍ୟୁଷ ବାରିକଙ୍କ ତତ୍ତ୍ୱାବଧାନରେ ଯୋଗ ଓ ବ୍ୟାୟାମ ଅଭ୍ୟାସରୁ ଦିନର କାର୍ଯ୍ୟ ଆରମ୍ଭ ହୋଇଥିଲା। ସକାଳ ଅଧିବେଶନରେ ଏନ୍ଏସଏସର ଷ୍ଟେଟ୍ ନୋଡାଲ ଅଫିସର ଡ଼ଃ ରମେଶ ଚନ୍ଦ୍ର ବେହେରା ସଭାକୁ ଉଦବୋଧନ ଦେଇ ସ୍ବେଚ୍ଛାସେବୀଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଏନ୍ଏସଏସର ସଂଯୋଜକ ଡ଼ଃ ବିଶ୍ୱମୋହନ ଜେନା ଏବଂ ଅଧ୍ୟାପକ ସରୋଜକାନ୍ତ ସ୍ୱାଇଁଙ୍କ ନେତୃତ୍ୱରେ ସଡ଼କସୁରକ୍ଷା ବାର୍ତ୍ତା ବହନ କରି ଏକ ଶୋଭାଯାତ୍ରା ଓଡିଶା ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟ ଯାଏଁ ଯାଇଥିଲା। ଶିବିରର କାର୍ଯ୍ୟସୂଚୀ ଅନୁଯାୟୀ ଶହେଚୌରାନବେ ସ୍ୱେଚ୍ଛାସେବୀ ସଂଗ୍ରହାଳୟ ବୁଲି ଦେଖିଥିଲେ। ଦ୍ୱିତୀୟ ଅଧିବେଶନରେ ତର୍କ ଏବଂ ସ୍ଲୋଗାନ ଲିଖନ ପ୍ରତଯୋଗିତା ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାରେ ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

powered by social2s

ମହରମ ପର୍ବକୁ ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ଏବଂ ଭାଇଚାରାର ପରିବେଶ ମଧ୍ୟରେ ପାଳନ କରିବା ନିମନ୍ତେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କଲା ଓଡ଼ିଶା ପୋଲିସ

Details
Odia Ray Admin
ଓଡିଶା
25 June 2026

ଭୁବନେଶ୍ୱର : ଆସନ୍ତା ଜୁନ ୨୬ ତାରିଖରେ ପବିତ୍ର ମହରମ ପର୍ବକୁ ସାରା ଓଡ଼ିଶାରେ ଶାନ୍ତିପୂର୍ଣ, ଶୃଙ୍ଖଳିତ ଏବଂ ଭାଇଚାରାର ପରିବେଶ ମଧ୍ୟରେ ପାଳନ କରିବା ନିମନ୍ତେ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ପୂର୍ବାହ୍ନରେ ଏହି ପରିପ୍ରେକ୍ଷୀରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଆଭାସୀ ମାଧ୍ୟମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହରମ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ ରଖିବା ପାଇଁ ଡିଜିପି ସମସ୍ତ ପୋଲିସ ଅଧିକାରୀଙ୍କୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ, ସମସ୍ତ ଅଞ୍ଚଳରେ ପୋଲିସ ପାଟ୍ରୋଲିଂକୁ ଜୋରଦାର କରିବା ସହ ଆବଶ୍ୟକ ସ୍ଥଳେ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ ଓ ସେମାନଙ୍କ ସଠିକ୍ ବ୍ରିଫିଂ ଉପରେ ଗୁରୁତ୍ଵ ଦେଇଛନ୍ତି। ରାଜ୍ୟର ଚିହ୍ନଟ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ସ୍ଵତନ୍ତ୍ର ସୁରକ୍ଷା ପ୍ଲାନ ସହ ଅତିରିକ୍ତ ସତର୍କତା ଅବଲମ୍ବନ କରିବା ସହ ବିଗତ ବର୍ଷ ମାନଙ୍କରେ ଘଟିଥିବା ବିଭିନ୍ନ ଛୋଟବଡ଼ ଘଟଣାର ସମୀକ୍ଷା କରାଯାଇ ସେହିସବୁ ସ୍ଥାନଗୁଡ଼ିକ ପ୍ରତି ଅଧିକ ଯତ୍ନବାନ ରହିବାକୁ କୁହାଯାଇଛି। ସୋସିଆଲ ମିଡିଆରେ ଗୁଜବ ଓ ଉତ୍ତେଜନାମୂଳକ ପୋଷ୍ଟ ପ୍ରସାରଣକୁ ରୋକିବା ପାଇଁ ୨୪ ଘଣ୍ଟିଆ ସାଇବର ପାଟ୍ରୋଲିଂ କରାଯିବା ସହ ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପି କହିଛନ୍ତି। ଏହାବ୍ୟତୀତ, ସ୍ଥାନୀୟ ଅଞ୍ଚଳର ଶାନ୍ତି କମିଟି ଓ ବିଭିନ୍ନ ଗୋଷ୍ଠୀର ମୁଖ୍ୟମାନଙ୍କ ସହ ସମନ୍ଵୟ ବୈଠକ ଆୟୋଜନ କରି ପାରସ୍ପରିକ ସହଯୋଗ ମାଧ୍ୟମରେ ପର୍ବକୁ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଦାସର୍ବଦା ପ୍ରସ୍ତୁତ ରହିବା ସହ ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣଙ୍କ ସହ ସୁସମ୍ପର୍କ ବଜାୟ ରଖିବାକୁ ଡିଜିପି ଶ୍ରୀ ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ ପରାମର୍ଶ ଦେଇଛନ୍ତି। ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା ପ୍ରମୁଖ ଉପସ୍ଥିତ ଥିଲେ। ଆଭାସୀ ମାଧ୍ୟମରେ ସମସ୍ତ ରେଞ୍ଜ ଆଇଜି/ ଡିଆଇଜି ଏବଂ ଜିଲ୍ଲାର ସମସ୍ତ ଏସପି ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ବିଜେଡିରେ ମିଶିଲେ ସୁଜାତା

Details
Odia Ray Admin
ଓଡିଶା
25 June 2026

ଭୁବନେଶ୍ୱର : ବିଜେଡିରେ ମିଶିଲେ ପୂର୍ବତନ ଆଇ ଏ ଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ। ଭୁବନେଶ୍ୱର ଶଙ୍ଖ ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହେଲେ ସୁଜାତା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ।

powered by social2s

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା

Details
Odia Ray Admin
ଓଡିଶା
25 June 2026

ଭୁବନେଶ୍ୱର : ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ବର୍ଷ ୨୦୨୩ ଏବଂ ୨୦୨୪ ପାଇଁ ଯଥାକ୍ରମେ ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ସାମ୍ବାଦିକ ସମ୍ମିଳନୀରେ ସମସ୍ତ ବିଜେତା ମାନଙ୍କ ନାମ ଘୋଷଣା କରିଛନ୍ତି। ଜୁନ୍‌ ୨୬ ତାରିଖରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହେବ।ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ସମେତ ବିଭିନ୍ନ ବର୍ଗରେ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ରତିଭାମାନଙ୍କୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ୨୦୨୩ ପାଇଁ ଶ୍ରୀ ଶ୍ୟାମଳେନ୍ଦୁ ଭଟ୍ଟାଚାର୍ଯ୍ୟ ଏବଂ ୨୦୨୪ ପାଇଁ ଶ୍ରୀମତୀ ନମ୍ରତା ଦାସଙ୍କୁ ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ। ୨୦୨୩ ପାଇଁ ମିଳିତ ଭାବେ "ପୁଷ୍କରା" ଓ "ମାଇଁ ସୁଇଟ୍ ୱାଇଫ୍" ଏବଂ ୨୦୨୪ ପାଇଁ "ଆଶ୍ରମ"କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ୨୦୨୩ ପାଇଁ ହରିହର ମହାପାତ୍ର ଏବଂ ୨୦୨୪ ପାଇଁ ବାବୁସାନଙ୍କୁ ଶ୍ରେଷ୍ଠ ମୁଖ୍ୟ ଅଭିନେତା, ୨୦୨୩ ପାଇଁ ମିଳିତ ଭାବେ ନୈନା ଦାଶ ତିୱାରୀ ଓ ସୁପ୍ରିୟା ନାୟକ ଏବଂ ୨୦୨୪ ପାଇଁ ଦେବଯାନୀ ଦେଘୁରିଆଙ୍କୁ ଶ୍ରେଷ୍ଠ ମୁଖ୍ୟ ଅଭିନେତ୍ରୀ, ୨୦୨୩ ପାଇଁ ପିନାକୀ ସିଂ ଓ ଶିଶିର କୁମାର ସାହୁ ଏବଂ ୨୦୨୪ ପାଇଁ ଅଶୋକ ପତିଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପ୍ରଦାନ କରାଯିବ। ୨୦୨୩ ପାଇଁ ୩୦ଟି ବର୍ଗ ଏବଂ ୨୦୨୪ ପାଇଁ ୩୦ଟି ବର୍ଗରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ଆଜି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିବା ସହିତ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସମସ୍ତ ବିଜେତା ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ନିଶ୍ଚିତ ଭାବରେ ଓଡ଼ିଶାରେ ଓଡ଼ିଆ ଭାଷାରେ ଉନ୍ନତ, ମୂଲ୍ୟବୋଧ ଭିତ୍ତିକ, ସାମାଜିକ ପ୍ରାସଙ୍ଗିକତା ବିଷୟ ବସ୍ତୁ ଉପରେ ଆଧାରିତ ଚଳଚ୍ଚିତ୍ର ପ୍ରସ୍ତୁତ କରିବା ନିମନ୍ତେ ପ୍ରୋତ୍ସାହନ ଯୋଗାଇବ। ଏଥିସହ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ଓ ସମୃଦ୍ଧିରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି। ପ୍ରକାଶଯୋଗ୍ୟ ଯେ, ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବା ଚଳଚ୍ଚିତ୍ର ଜଗତର ବିଶିଷ୍ଟ ନିର୍ଦ୍ଦେଶକ ଶ୍ରୀ ପ୍ରଣବ ଦାସଙ୍କ ଅଧ୍ୟକ୍ଷତାରେ ଏକ ଜୁରୀ କମିଟି ଗଠନ କରାଯାଇଥିଲା। ଆଜିର ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପ୍ରଣବ ଦାସଙ୍କ ସମେତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ଓଡ଼ିଶାର ସମସ୍ତ ସ୍ୱାସ୍ଥ୍ୟାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Details
Odia Ray Admin
ଓଡିଶା
25 June 2026

ଭୁବନେଶ୍ୱର : ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଅଗ୍ନି ନିରାପତ୍ତା ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସଭାପତିତ୍ୱ କରି ରାଜ୍ୟର ସମସ୍ତ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ବର୍ତ୍ତମାନ ସ୍ଥିତି ଓ ଆବଶ୍ୟକତା, ପୂର୍ବରୁ ଦିଆଯାଇଥିବା ନିର୍ଦ୍ଦେଶ କେତେ ଅନୁପାଳନ ହୋଇଛି ସେ ବିଷୟରେ ମଧ୍ୟ ସମୀକ୍ଷା କରାଯାଇଥିଲା । ରୋଗୀଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନଙ୍କୁ ଅଗ୍ନି ନିର୍ବାପକ ଉପକରଣର ନିୟମିତ ଯାଞ୍ଚ, ଜରୁରୀକାଳୀନ ପ୍ରସ୍ତୁତିର ସୁନିଶ୍ଚିତକରଣ, ନିର୍ଦ୍ଧାରିତ ସୁରକ୍ଷା ମାନଦଣ୍ଡର କଡ଼ାକଡ଼ି ପାଳନ ଏବଂ ସମସ୍ତ ସ୍ୱାସ୍ଥ୍ୟାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ କାର୍ଯ୍ୟକ୍ଷମ କରିବା ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା । ମାନ୍ୟବର ମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ପ୍ରଦାନ ସହିତ ରୋଗୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ନିରାପତ୍ତା ସରକାରଙ୍କ ପ୍ରମୁଖ ଦାୟିତ୍ୱ । ତେଣୁ ଅଗ୍ନିକାଣ୍ଡ ପରି ଜରୁରୀ ପରିସ୍ଥିତିକୁ ମୁକାବିଲା ପାଇଁ ପ୍ରତ୍ୟେକ ଅନୁଷ୍ଠାନରେ ପୂର୍ବ ପ୍ରସ୍ତୁତି ଏବଂ ସମୟୋପଯୋଗୀ ବ୍ୟବସ୍ଥା ଗ୍ରହଣ ଅତ୍ୟାବଶ୍ୟକ । ଆଜିର ଏହି ବୈଠକରେ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ୍) ଏମଡି ଡ. ବୃନ୍ଦା ଡ଼ି , ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଏବଂ ବିଭିନ୍ନ ଜିଲ୍ଲାର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ମେଡିକାଲ କଲେଜ ଡିନ ଓ ସୁପରିଟେଣ୍ଡଣ୍ଟମାନେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

powered by social2s

ସହାୟତା ପାଇଁ ଭାରତ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ ମୋଦି

Details
Odia Ray Admin
ଓଡିଶା
25 June 2026

ଭୁବନେଶ୍ୱର : ଭେନେଜୁଏଲାକୁ ସମସ୍ତ ସହାୟତା ଯୋଗାଇ ଦେବ ଭାରତ ବୋଲି ସାମାଜିକ ଗଣମାଧ୍ୟମରେ ଲେଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୟଙ୍କର ଭୂମିକମ୍ପ ପାଇଁ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ। ମୋଦି କହିଲେ ଯେ, ମୃତକଙ୍କ ପରିବାର ପ୍ରତି ସମବେଦନା, ଆହତଙ୍କ ଆରୋଗ୍ୟ କାମନା। ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ।

powered by social2s

More Articles ...

  1. ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ
  2. ଆଧ୍ୟାତ୍ମିକ ଭକ୍ତି, ଯନ୍ତ୍ରଣା ଏବଂ ଅଧିକାର
  3. ସମସ୍ତ ଶିକ୍ଷାନୁଷ୍ଠାନ ଏବଂ କୋଚିଂ ସେଣ୍ଟରଗୁଡ଼ିକରେ ଅଗ୍ନି ନିରାପତ୍ତା ଅଡିଟ୍ ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ
Page 126 of 2252
  • Start
  • Prev
  • 121
  • 122
  • 123
  • 124
  • 125
  • 126
  • 127
  • 128
  • 129
  • 130
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.