କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଏକ ଯାତ୍ରୀବାହୀ ବସ ଉପରେ ଏକ ଲୁହାପଥର ବୋଝେଇ ଟ୍ରକ ଖସି ପଡିଥିବା ଖବର ଆସୁଛି।
ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା ପଦ୍ମାବତୀ ନାମକ ବସ।
କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ସାଳପଡ଼ା ଠାରେ ଥିବା ଓଭର ବ୍ରିଜ ତଳେ ବସ ଟି ଅତିକ୍ରମ କରୁଥିବା ବେଳେ ବ୍ରିଜ ଉପରେ ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ତଳକୁ ଖସି ବସ ଉପରେ ପଡିଥିଲା।
ସୌଭାଗ୍ୟବଶତଃ ବସ ରେ ଥିବା ସମସ୍ତ ୫୦ ଜଣ ଯାତ୍ରୀ ସୁରକ୍ଷିତ ଥିବା ବେଳେ ଟ୍ରକ ର ଡ୍ରାଇଭର ଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ବସର କଣ୍ଡକ୍ଟର ମଧ୍ୟ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି।ଖବର ପାଇ ଘଷିପୁରା ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ଆହତ ମାନକୁ ଡାକ୍ତରଖାନାରେ ଭର୍ତି କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
powered by social2s

