ହାତୀ ଆକ୍ରମଣରେ ଜଣେ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କେନ୍ଦୁପତ୍ର ତୋଳିବାକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି। ସୂଚନା ଅନୁଯାଇ ବସାଲଇ ଗ୍ରାମର ବିରଞ୍ଚି ବାଦୀ ନାମକ ବ୍ୟକ୍ତି ଗତକାଲି ଠାରୁ କେନ୍ଦୁପତ୍ର ତୋଳିବାକୁ ଯାଇ ଆଉ ଘରକୁ ଫେରି ନଥିଲେ। ଆଜି ସକାଳୁ ପରିବାର ଲୋକେ ଖୋଜାଖୋଜି କରିବାରୁ ଜଙ୍ଗଲରେ ତାଙ୍କ ମୃତ ଦେହ ପଡିଥିବାର ଦେଖିବାକୁ ପାଇଥିଲେ। ତେବେ ପାରିପାର୍ଶ୍ବିକ ସ୍ଥିତିରୁ ଏହା ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

powered by social2s