ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭଦ୍ରକ: ଭଦ୍ରକରେ ଗୋଷ୍ଠୀ ସଂଘର୍ଷରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଆଜି ସକାଳ 6ଟାରୁ କାଲି ସକାଳ ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ଭଦ୍ରକ ସହର, ଗୁଜିଦରଡା, ଧାମନଗର, ତିହିଡ଼ି ଓ କଷଟି ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ ରହିଥିବା ସୂଚନା। ଆଇନଶୃଙ୍ଖଳା ଦୃଷ୍ଟିରୁ ୨୭ ପ୍ଲାଟୁନ ପୋଲିସ ମୁତୟନ ଅଛନ୍ତି। ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରାଯାଇଛି।

powered by social2s