ରଥଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଯୋଗ ଦେବା ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟିଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (SJTA)ର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢୀ I ମଙ୍ଗଳବାର ଦିନ ମୁଖ୍ୟ ପ୍ରଶାସକ ଶ୍ରୀ ପାଢୀ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ପୁରୀରେ ରଥଯାତ୍ରାରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ଏହି ଅବସରରେ ଶ୍ରୀ ପାଢୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁଗମ ଏବଂ ନିରାପଦ ପରିଚାଳନା ପାଇଁ ଚାଲିଥିବା ବିସ୍ତୃତ ପ୍ରସ୍ତୁତି ବିଷୟରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ।ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଦେଶ ଏବଂ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କ ଆଗମନ ଦୃଷ୍ଟିରୁ ଏହାର ଯଥାଯଥ ପରିଚାଳନା କରିବା ପାଇଁ ଗ୍ରହଣ କରାଯାଉଥିବା ବ୍ୟାପକ ବ୍ୟବସ୍ଥା ଉପରେ ଶ୍ରୀ ପାଢ଼ୀ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ଏ ଦିଗରେ ଶ୍ରୀ ମନ୍ଦିର ପ୍ରଶାସନର ପ୍ରୟାସକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି ଏବଂ ରଥଯାତ୍ରାର ସଫଳ ଆୟୋଜନ ଏବଂ ଶାନ୍ତିପୂର୍ଣ୍ଣ ପାଳନ ପାଇଁ ଶୁଭକାମନା ଜଣାଇଛନ୍ତି।

powered by social2s