ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ । ୬୭ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି । ୧୯୫୮ ମସିହା ଜୁନ ୨୦ ତାରିଖରେ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡା ଗାଁରେ ଜନ୍ମ ଗ୍ରହଣ କରିଥିଲେ ରାଷ୍ଟ୍ରପତି ମୁର୍ମୁ । ସେ ରାଷ୍ଟ୍ରପତି ହେବା ପୂର୍ବରୁ ଝାଡଖଣ୍ଡର ରାଜ୍ୟପାଳ ଥିଲେ । ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି।

powered by social2s