ଭୁବନେଶ୍ୱର : ଆଜି ଦେଶବ୍ୟାପି ଶ୍ରମିକ ସଂଗଠନର ଆନ୍ଦୋଳନ। ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଘରୋଇକରଣକୁ ବିରୋଧ, ନିଯୁକ୍ତି ଓ ବେକାରୀ ସମସ୍ୟାର ସ୍ଥାୟୀ ସମାଧାନ ଦାବିରେ ଭାରତ ବନ୍ଦ ଡାକରା ଦେଇଛନ୍ତି ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ। ତେବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖାଦେଇଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ବିଭିନ୍ନ ସଂଗଠନ ପକ୍ଷରୁ ରାସ୍ତାରୋକ କରାଯାଇଛି। ଭୁବନେଶ୍ୱର ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବନ୍ଦ ସମର୍ଥକ। ତେବେ ସ୍କୁଲ, କଲେଜ ଓ ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଛି। କଟକ ସହରରେ ମଧ୍ୟ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ସହରରେ ଦୋକାନ ବଜାର ଓ ବସ୍ ଚଳାଚଳ ବନ୍ଦ ରହିଛି।
powered by social2s

