ଭୁବନେଶ୍ୱର : ବାଲେଶ୍ୱର ଏଫ୍ ଏମ୍ କଲେଜ ଛାତ୍ରୀଙ୍କ ଚିକିତ୍ସା ପାଇଁ ଗଠନ ହେଲା ୮ ଜଣିଆ ଉଚ୍ଚସ୍ତରୀୟ ବିଶେଷଜ୍ଞ ଟିମ୍। ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ଥିବା ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବୁଝିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟାବଂଶୀ ସୁରଜ। ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ସମସ୍ତ ଉଦ୍ୟମ ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ। ଏମ୍ସ ଭୁବନେଶ୍ୱର ନିର୍ଦେଶକ ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି ଯେ, ପୀଡ଼ିତାଙ୍କ ଶରୀରର ୯୫ ଭାଗ ପୋଡ଼ିଯାଇଛି। ଆସନ୍ତା ୨୪ ରୁ ୪୮ ଘଣ୍ଟା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ।
powered by social2s

