ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ଏବଂ POSH Act, 2013 ସମ୍ବନ୍ଧରେ ସଚେତନତା କର୍ମଶାଳାର ଆୟୋଜନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା *ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ* ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି। ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ *ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ* ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।

powered by social2s