ଆସନ୍ତା ୧୨ ତାରିଖରୁ ଓଡ଼ିଶାରେ ବୃଦ୍ଧି ପାଇବ ବର୍ଷାର ପରିମାଣ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଅଗଷ୍ଟ ୧୨ ତାରିଖରୁ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ। ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଆସିକାରେ ସର୍ବାଧିକ ୯୦ ମି.ମି ବର୍ଷା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ବି ପ୍ରବଳ ବର୍ଷିବ।

powered by social2s