ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ଭୁବନେଶ୍ୱରରେ ଆରମ୍ଭ ହେବ କୁକୁର ଗଣନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ଭୁବନେଶ୍ୱରରେ ଆରମ୍ଭ ହେବ କୁକୁର ଗଣନା। ଏହି ସୂଚନା ଦେଲେ ଭୁବନେଶ୍ୱର ମହାନଗର ନିଗମ କମିଶନର ଚଞ୍ଚଳ ରାଣା। ରାଣା କହିଛନ୍ତି ଯେ ଗଣନାରେ ସ୍ଵଛସାଥୀ, ସଫେଇ କର୍ମୀ ଓ ଅଧିକାରୀ ସାମିଲ ହେବେ। ଗଣନା ପୂର୍ବରୁ ମହାନଗର ନିଗମ ପକ୍ଷରୁ ସମସ୍ତଙ୍କୁ ଦିଆଯିବ ସ୍ୱତନ୍ତ୍ର ପ୍ରଶିକ୍ଷଣ ଓ ୧୦ ଦିନ ମଧ୍ୟରେ ଭୁବନେଶ୍ୱରରେ ଗଣନା ଶେଷ କରିବାକୁ ଲକ୍ଷ୍ୟ ରହିଛି। ଭେଟେନାରୀ ଡାକ୍ତରଙ୍କ ପରାମର୍ଶରେ ପ୍ରତି ୱାର୍ଡରେ ଗଣନା କରାଯିବ।

powered by social2s