ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ପୂର୍ବତନ ବିଧାୟକ ଓ ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କିଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୭ ବର୍ଷ ବୟସରେ ଦେହାନ୍ତ ହୋଇଥିବା ସୂଚନା। ଗତ କିଛି ମାସ ଧରି ଅସୁସ୍ଥ ଥିଲେ ଜର୍ଜ ତିର୍କି। ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ପରିଚିତ ଜର୍ଜ ତିର୍କି। ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ରେ ବିଧାୟକ ନିର୍ବାଚିତ ହୋଇଥିଲେ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ୨ ଥର, ଥରେ ସ୍ବାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ନିର୍ବାଚିତ ହୋଇଥିଲେ।
powered by social2s

