ଭୁବନେଶ୍ବର: ଆଜି ୧୨୬ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମ ରେ ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ କହିଲେ ଯେ ସବୁ ରାକ୍ଷୀ ପୂର୍ଣ୍ଣିମାରେ ମୋ ପାଇଁ ଲତା ଦିଦି ରାକ୍ଷୀ ପଠାଉଥିଲେ। ସବୁ କ୍ଷେତ୍ରରେ ନାରୀଶକ୍ତି ଦେଶ ପାଇଁ ଗୌରବ ଆଣିପାରିଛନ୍ତି। ନ୍ୟାଭିର ୨ ମହିଳା କମାଣ୍ଡରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ଝଡ଼ ତୋଫାନ ଭିତରେ କିପରି କାର୍ଯ୍ୟ ହୁଏ ପଚାରି ବୁଝିଲେ। ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ କୋଲକାତାର ଦୁର୍ଗା ପୂଜା ୟୁନ୍ସ୍କୋର ତାଲିକାରେ ସାମିଲ ହୋଇଛି। ଛାଟ୍ ମହାପର୍ବକୁ ୟୁନ୍ସ୍କୋ ତାଲିକାରେ ସାମିଲ ପାଇଁ ଉଦ୍ୟମ ଚାଲିଛି।
powered by social2s

