ଭୁବନେଶ୍ବର: ଓଡ଼ିଶାରେ ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଅକ୍ଟୋବର ୧ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବ। ଉତ୍ତର ଓ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ବିଶେଷକରି ଦକ୍ଷିଣ ଓଡ଼ିଶାର ୧୧ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷିବ। କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗିରରେ ମଧ୍ଯ ବର୍ଷିବ ।
powered by social2s

