କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ; ଡିସିପି ଙ୍କ ସମେତ ୬ ଆହତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ଦରଘାବଜାର ଥାନା ଅଞ୍ଚଳରେ ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ ହୋଇଛି। କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଏହା ପରେ ରାସ୍ତାରେ ଅଟକିଲା ମେଢ। ଢେଲା ମାଡ଼ରେ ଡିସିପିଙ୍କ ଆଖି ପତା ଫାଟି ପ୍ରବଳ ରକ୍ତସ୍ରାବ ହୋଇଥିବା ସୂଚନା। ଝାଞ୍ଜିରମଙ୍ଗଳା ପୂଜା କମିଟିର ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଗୀତ ବଜାଇବାକୁ ବିରୋଧ କରି ଢେଲାମାଡ଼ କରାଯାଇଥିବା ଜଣାପଡ଼ିଛି। ସୁରକ୍ଷା ପାଇଁ ରାପିଡ଼ ଆକ୍ସନ ଫୋର୍ସ ଓ ସିଆରପିଏଫ ଫୋର୍ସ ମୁତୟନ କରାଯାଇଛି।

powered by social2s