ସାମାଜିକ ଗଣମାଧ୍ୟମରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ: ପୋଲିସ କମିଶନର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: ସାମାଜିକ ଗଣମାଧ୍ୟମରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ। କଟକ ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ କରିଛି। କଟକ ସହର ସାରା ପୋଲିସ ମୁତୟନ ଅଛନ୍ତି, ସ୍ଥିତି ସ୍ବାଭାବିକ ଅଛି। ତଥାପି କିଛି ଲୋକ ସାମାଜିକ ଗଣମାଧ୍ୟମରେ ବିଭ୍ରାନ୍ତ ତଥ୍ୟ ରଖୁଛନ୍ତି। ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ୍‌ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ କମିଶନର। ହାତୀପୋଖରୀରେ ସ୍ଥିତି ପରଖିଲେ ପୋଲିସ କମିଶନର। ସୁରକ୍ଷାକୁ ଦୃଷ୍ଟିରେ ରଖି ସବୁ ଛକରେ ଯାଞ୍ଚ କଲେ ଏସ୍‌ ଦେବଦତ୍ତ ସିଂ । ରାଲି ପାଇଁ କାହାକୁ ଅନୁମତି ଦିଆଯାଇନି କି କେହି ଅନୁମତି ମାଗି ନାହାନ୍ତି। ଭସାଣ ଗଣ୍ଡଗୋଳ ଘଟଣାରେ ୧୦ ଜଣଙ୍କୁ ଗିରଫ କରାଯାଇଛି।

powered by social2s