ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର:ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏନ୍‌. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମ ଏମ୍‌ଡି ନିଯୁକ୍ତ। ସୁରେନ୍ଦ୍ର କୁମାର ମୀନା ହେଲେ ST/SC ବିକାଶ ବିଭାଗର ଅତିରିକ୍ତ ସଚିବ। ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ। ବିଏମ୍‌ସି କମିଶନର ଚଞ୍ଚଲ ରାଣାଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ। ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ନିଯୁକ୍ତ କରାଯାଇଛି। ଗିରିଶ ଏସ୍‌.ଏନ୍‌ଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ପ୍ରେମଜିତ୍ ନାୟକ ହେଲେ ST ବିଭାଗର ନିର୍ଦ୍ଦେଶକ ନିଯୁକ୍ତ। ଦୀପଙ୍କର ମହାପାତ୍ର ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି। ପ୍ରଣତି ଛୋଟରାୟ ହେଲେ ଗୃହ ବିଭାଗର ଅତିରିକ୍ତ ସଚିବ। ନିବେଦିତା ପୃଷ୍ଟି ବୟନିକାର ଏମ୍‌ଡି ନିଯୁକ୍ତ ହୋଇଛନ୍ତି। ମଧୁସ୍ମିତା ସାମଲ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ ହୋଇଛନ୍ତି। ସଞ୍ଜୟ ବିଶ୍ବାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି।

powered by social2s