ଭୁବନେଶ୍ବର: ବିଜେପି ନେତା ଓ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ରେ ବ୍ରହ୍ମପୁର ଏସ୍ପି ଶ୍ରବଣ ବିବେକ ଏମ୍ କହିଛନ୍ତି ଯେ ସାର୍ପ ସୁଟର ୧୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲା। ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ, କୁରୁପତି ଭୂୟାଁ ଗୁଳି ଚଳାଇଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇ ପୂରା ଷଡ଼ଯନ୍ତ୍ର କରିଥିଲେ। ବିଜେଡି ନେତା ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡ଼ଯନ୍ତ୍ର କରାଇଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡ଼ଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା ବୋଲି ସୂଚନା ଦେଇଛନ୍ତି ଏସ୍ପି। ଆଜି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି। ହତ୍ୟାକାଣ୍ଡ ଘଟଣାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣ ଗିରଫ ହୋଇଛନ୍ତି।
powered by social2s

