ଭୁବନେଶ୍ବର: ଅକ୍ଟୋବର ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା 'ମୋନ୍ଥା'। ଆନ୍ଧ୍ର ଉପକୂଳ କଳିଙ୍ଗପାଟନମ-ମଛଲିପଟନମ୍ର କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ ସର୍ବାଧିକ ୧୧୦କିମି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ସହ ପବନ ବହିବ। ୨୮ରେ ପ୍ରବଳରୁ ଅତି ପ୍ରବଳ ବର୍ଷା, କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ଶ ୨୯ରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସହ ପବନର ବେଗ ୬୦ରୁ ୭୦ ଓ ଝଟକା ପବନ ୮୦ କିମି ରହିବ।
powered by social2s

