ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’। କାଲି ଭୀଷଣ ବାତ୍ୟା ରୂପ ନେବ ‘ମୋନ୍ଥା’। କାଲି ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରର କାକିନାଡ଼ା ନିକଟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା। ରେଡ୍ ଜୋନ ଘୋଷିତ ୮ ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ ରେ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ୨୭ ଓ ୩୦ରେ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲା ପ୍ରଶାସନ। ୮ ଜିଲ୍ଲା-ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର। ଅରେଞ୍ଜ ଜୋନରେ ଥିବା ୬ ଜିଲ୍ଲାରେ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। ଅରେଞ୍ଜ ଜିଲ୍ଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ବନ୍ଦ ନିଷ୍ପତ୍ତି ନେବ ପ୍ରଶାସନ।

powered by social2s