ଭୁବନେଶ୍ବର: ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ। ବାତ୍ୟା ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି। ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ। ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍ ନିଆଯାଇଛି। ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି। ଦକ୍ଷଣି ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି।
powered by social2s

