ଭୁବନେଶ୍ୱର: କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ କାରଣରୁ ପିପିଲି ଉପନିର୍ବାଚନ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ରିଟର୍ଣ୍ଣିଂ ଅଫିସର ଏବେ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି। ତେବେ ଖୁବଶୀଘ୍ର ସାନି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ସମ୍ମିଳନୀରେ ସେ କହିଛନ୍ତି ଯେ, ପିପିଲି ରେ କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁଁ ରିଟର୍ଣ୍ଣିଂ ଅଫିସର ନିର୍ବାଚନକୁ ସ୍ଥଗିତ ରଖିଛନ୍ତି। ଏନେଇ ନିର୍ବାଚନ କମିଶନରଙ୍କୁ ମଧ୍ୟ ଜଣାଇ ଦିଆଯାଇଛି। ସଂପୂର୍ଣ୍ଣ ନିର୍ବାଚନ ସିଡ୍ୟୁଲ ଆଉ ଥରେ ପ୍ରକାଶ ପାଇବ। କଂଗ୍ରେସକୁ ନୂଆ ପ୍ରାର୍ଥୀ ଦେବା ପାଇଁ ୭ ଦିନ ସମୟ ମିଳିବ। ନିର୍ବାଚନ କମିଶନ ଯେଉଁ ତାରିଖ ଧାର୍ଯ୍ୟ କରିବେ ସେ ଅନୁସାରେ ଭୋଟ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
powered by social2s

