ମାଲକାନଗିରି: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ରହିଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ପ୍ରଶାସନର କଟକଣା ଜାରି କରାଯାଇଛି। ସୋମବାର ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ଦୁଇ ଗାଁ ମଧ୍ୟରେ ଉତ୍ତେଜନା ପରେ ବି ଏନ୍ ଏସ୍ ୧୬୩ ଜାରି କରିଛି ଜିଲ୍ଲା ପ୍ରଶାସନ। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁର ୧୦ କିମି ପରିଧି ମଧ୍ୟରେ ୧୬୩ ଜାରି କରାଯାଇଛି। ଏମ୍ଭି ୨୬ରେ ଥିବା ଆବାସିକ ବିଦ୍ୟାଳୟ ୪ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ରାଖେଲଗୁଡ଼ାର ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀଙ୍କ ଘରେ ନିଆଁ ଲଗାଇବା ସହ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି।
powered by social2s

