ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ମାଲକାନଗିରି ଜିଲ୍ଲାରେ ଆଉ ୧୮ ଘଣ୍ଟା ଇଣ୍ଟରନେଟ୍‌ କଟକଣା ବୃଦ୍ଧି କଲା ପ୍ରଶାସନ । କାଲି ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି ନେଇ ସୂଚନା ଜାରି କରାଯାଇଛି। ରାଜସ୍ୱ ବିଭାଗୀୟ କମିଶନର ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ଇଣ୍ଟରନେଟ୍‌ କଟକଣା ବୃଦ୍ଧି କରାଯାଇଛି। ସରକାରୀ, ବ୍ୟାଙ୍କ ଓ ରେଲୱେ ସେବା ପାଇଁ ଇଣ୍ଟରନେଟ୍‌ କଟକଣା ମନା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ପ୍ରଶାସନର କଟକଣା ଜାରି କରାଯାଇଛି। ସୋମବାର ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ଦୁଇ ଗାଁ ମଧ୍ୟରେ ଉତ୍ତେଜନା ପରେ ବି ଏନ୍ ଏସ୍ ୧୬୩ ଜାରି କରିଛି ଜିଲ୍ଲା ପ୍ରଶାସନ। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁର ୧୦ କିମି ପରିଧି ମଧ୍ୟରେ ୧୬୩ ଜାରି କରାଯାଇଛି। ରାଖେଲଗୁଡ଼ାର ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀଙ୍କ ଘରେ ନିଆଁ ଲଗାଇବା ସହ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି।

powered by social2s