ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ହାଡ଼ ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ୩.୧ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା। ରାଜ୍ୟର ୧୬ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ୩.୧ ଡିଗ୍ରୀ ସହ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ପରିଗଣିତ ହୋଇଛି। ସେମିଳିଗୁଡ଼ା ୪.୬, ଫୁଲବାଣୀ ୫.୫, ଦାରିଙ୍ଗବାଡ଼ି ୬ ଡିଗ୍ରୀ ସେଲସିୟସ୍ କୋରାପୁଟ ୬.୫, ଚିପିଲିମା ୭.୮, ନବରଙ୍ଗପୁର ଓ ରାଉରକେଲା ୮ ଡିଗ୍ରୀ ଝାରସୁଗୁଡ଼ା ୮.୨, ଭବାନୀପାଟଣା ୮.୫, ଅନୁଗୁଳ ୯‍, କିରେଇ ୯.୨ ଡିଗ୍ରୀ ଢେଙ୍କାନାଳ, ରାୟଗଡ଼ା, ବୌଦ୍ଧ ଓ ସୁନ୍ଦରଗଡ଼ ପାରଦ ୧୦ ଡିଗ୍ରୀ ରେକର୍ଡ କରାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ହ୍ରାସ ପାଉଛି ରାତି ତାପମାତ୍ରା।

powered by social2s