ଭୁବନେଶ୍ବର: ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ। ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ। ବନ ବିଭାଗ ପକ୍ଷରୁ ନିଆଯାଇଛି ଏହି ପଦକ୍ଷେପ। ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ। ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀ ବୁଲିବାକୁ ଆସୁଥିଲେ ପର୍ଯ୍ୟଟକ। ଲୋକଙ୍କ ସୁରକ୍ଷା ନେଇ ଇନ୍ଫୋସିଟି ଥାନାକୁ ଅବଗତ କରାଯାଇଛି।
powered by social2s

