ପୁରୀ: ଜାନୁଆରୀ ୧ ତାରିଖ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ କରାଯାଇଛି। ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ। ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ। ପ୍ରତିବର୍ଷ ଧର୍ମଶାସ୍ତ୍ରବିତ ଓ ସଂସ୍କୃତି ବିଶାରଦ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତେଣୁ ଜାନୁଆରୀ ୧ ପାଇଁ ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନ ଯାଉ ବୋଲି ଚିଠିରେ ଉଲ୍ଲେଖ ରହିଛି। ମହାପ୍ରଭୁଙ୍କ ସ୍ବାଭାବିକ ଦୈନନ୍ଦିନ ନୀତିକାନ୍ତିର ବ୍ୟବସ୍ଥା କରାଯାଉ ବୋଲି ଦାବି କରାଯାଇଛି ।
powered by social2s

