ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ନୂଆବର୍ଷ ଆସୁଥିବାରୁ ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ଓଡ଼ିଶା ବାଣିଜ୍ୟ ଓ ପରିବହନ ବିଭାଗ। ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ମାର୍ଗଦର୍ଶିକାରେ ଗୁରୁତ୍ବ ଦିଆଯାଇଛି। ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ ହେବ। ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ। ଓଭରଲୋଡିଂ, ଅସୁରକ୍ଷିତ ପରିବହନ ଓ ଯାନର ବେଆଇନ୍ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରମୁଖ ବଣଭୋଜି ସ୍ଥଳରେ ମୁତୟନ ହେବେ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ଟିମ୍। ପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ପଥରେ ଯାଞ୍ଚ କରାଯିବ ପିକନିକ୍ ବାହାରୁଥିବା ଗାଡ଼ିଗୁଡ଼ିକ ଆଂଚଳିକ ପରିବହନ ଅଧିକାରୀଙ୍କ ଠାରୁ ପରମିଟ୍ ନେବା ଆବଶ୍ୟକ। ପିକନିକ୍ ଯାଉଥିବା ଗାଡ଼ିରେ ସମସ୍ତ ଡକ୍ୟୁମେଣ୍ଟ ରହିବା ଜରୁରୀ। କୁହୁଡ଼ିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସଚେତନତା ଗ୍ରହଣ କରାଯିବ।

powered by social2s