ଭୁବନେଶ୍ବର: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ଆକ୍ରମଣ ନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ଜଣେ ନିରୀହ ଓଡ଼ିଆ ପୁଅ ଉପରେ ବର୍ବରୋଚିତ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶା ସରକାର ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି, ତାମିଲନାଡୁ ପ୍ରଶାସନ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି ସରକାର । ପୀଡ଼ିତଙ୍କୁ ଉତ୍ତମ ଚିକିତ୍ସା ଓ ସହାୟତା ଯୋଗାଇବାକୁ ପଦକ୍ଷେପ ନିଆଯାଉଛି ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।
powered by social2s

