ଭୁବନେଶ୍ବର: ସ୍ମାର୍ଟ ମିଟର ଲଗାଇବେ ଓଡ଼ିଶା ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ୨ କିଲୋ ୱାଟ ଯାଏଁ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ଲଗାଯିବ ସ୍ମାର୍ଟ ମିଟର। ଏଥିପାଇଁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା। ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗେଇବାକୁ ୮୮ କୋଟି ଖର୍ଚ୍ଚ ହେବ। ସ୍ମାର୍ଟ ମିଟର ଶକ୍ତି ବିଭାଗ ଅଧୀନରେ ରହିବ। ବିଦ୍ୟୁତ୍ ବିତରକ କମ୍ପାନି ଦ୍ୱାରା ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ।
powered by social2s

