ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ରାଜ୍ୟରେ ୨ରୁ ୪ ଡିଗ୍ରୀ ଯାଏଁ କମିଲା ପାରଦ। ଭୁବନେଶ୍ବରରେ ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିଲା ତାପମାତ୍ରା। ପାରଦ ହ୍ରାସ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଥଣ୍ଡା ପବନ। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଶୀତ ଲହରି ପ୍ରଭାବ ରହିବା ନେଇ ଆଶଙ୍କା ରହିଛି।
powered by social2s

