ଜାନୁଆରୀ ୧୮ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଜାନୁଆରୀ ୧୮ ତାରିଖ ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା। ପ୍ରଥମ କିସ୍ତି ପାଇବେ ନୂଆ ୧ ଲକ୍ଷ ୭୮ ହଜାର ୩୯୮ ମହିଳା। ୧ମ ଓ ୨ୟ କିସ୍ତିରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ବି ପାଇବେ ଟଙ୍କା। ବାଦ୍‌ ପଡ଼ିଥିବା ମହିଳା ଏକାଥରକେ ୨ଟି କିସ୍ତି ପାଇବେ। ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀ ସାମିଲ ହୋଇଛନ୍ତି। ସୂଚନା ଅନୁଯାୟୀ, ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ।

powered by social2s