ଭୁବନେଶ୍ବର: ଓଡ଼ିଶାରେ ଜାରି ରହିଛି ଶୀତ ଲହରୀ। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ ରୁ ୪ ଡିଗ୍ରୀ ସେଲସିଅସ୍ କମିଥିବା ରିପୋର୍ଟ ମିଳିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ଯେ ଜାନୁଆରୀ ୧୭ ପର୍ଯ୍ୟନ୍ତ ଶୀତର ପ୍ରଭାବ ଅଧିକ ରହିବ। ଆଗାମୀ ୨୪ ଘଣ୍ଟା ପାଇଁ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ଶୀତ ଲହରୀ ନେଇ ଯେଲୋ ଆଲର୍ଟ ଜାରି କରାଯାଇଛି।
powered by social2s

