ଫେବ୍ରୁୟାରୀ ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଫେବ୍ରୁୟାରୀ ୨୦ରୁ ଓଡ଼ିଶାରେ ଆନ୍ଦୋଳନ କରିବେ ୩ ପ୍ରମୁଖ ଠିକାଦାର ସଂଘ । ଆସନ୍ତା ୧୮ ତାରିଖ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ଦେଲେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ। ରାଜ୍ୟବ୍ୟାପୀ ବନ୍ଦ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଭୁବନେଶ୍ବର ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ। ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରିଛି ମହାସଂଘ।

powered by social2s