ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ଆରମ୍ଭ ହେଉଛି ମାଟ୍ରିକ୍ ପରୀକ୍ଷା। ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାରରୁ ଅଧିକ ଛାତ୍ରଛାତ୍ରୀ। ସକାଳ ୯ଟାରୁ ଆରମ୍ଭ ହୋଇଛି ପରୀକ୍ଷା। ରାଜ୍ୟର ୩୦୮୨ଟି ସେଣ୍ଟରରେ ହେଉଛି ପରୀକ୍ଷା। ଆଜି ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି। କଟକ ବୋର୍ଡ ଅଫିସରେ ଅତ୍ୟାଧୁନିକ କମାଣ୍ଡ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଏଆଇ ସମ୍ପନ୍ନ ସିସିଟିଭି କ୍ୟାମେରା ନଜରରେ ରହିଛି ସେଣ୍ଟର।
powered by social2s

