ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବା ଆଶଙ୍କା ରହିଛି। ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇଛି। ଭୋର୍ ସମୟରେ ହାଲୁକାରୁ ମଧ୍ୟମ କୁହୁଡ଼ି ପଡ଼ିବା ସମ୍ଭାବନା ରହିଛି। କୁହୁଡ଼ି ପାଇଁ ପୁରୀ, ଗଞ୍ଜାମ ଓ ଗଜପତିକୁ ସତର୍କ ସୂଚନା ଜାରି କରାଯାଇଛି।

powered by social2s