ଓଡ଼ିଶା ବିଧାନସଭାରେ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜି ଓଡ଼ିଶା ବିଧାନସଭାରେ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା, ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି, ୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି, VB-G RAM G ପାଇଁ ୫୫୭୫ କୋଟି, ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି, ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା, ରାଜ୍ୟ AI ମିଶନ ପାଇଁ ୨୩ କୋଟି, ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଟଙ୍କାର ବ୍ୟବସ୍ଥା ରହିଛି। ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ରହିଛି। ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ପାଇଁ ୧୦ କୋଟି, ମହାନଦୀ ତଟବର୍ତ୍ତୀ ସୁରକ୍ଷା ଓ ପର୍ଯ୍ୟଟନ ପାଇଁ ୮୦ କୋଟି, ପୁରୁଣା ଓ କ୍ଷତିଗ୍ରସ୍ତ ଜଳସେଚନ ଭିତ୍ତିଭୂମି ପାଇଁ ୧୦୦ କୋଟି ବ୍ୟବସ୍ତା ରହିଛି। ବଜେଟରେ 'ଚିଲିକା ପୁନରୁଦ୍ଧାର' ଯୋଜନା ଘୋଷଣା କରାଯାଇଛି। ବନ୍ୟା ପରିଚାଳନା ପାଇଁ ୫୩୦ କୋଟି, ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର ପ୍ରୋଗ୍ରାମ ପାଇଁ ୧ ହଜାର କୋଟି, ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାରେ ୧୮୦ କୋଟି, ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ପାଇଁ ୨୮୦ କୋଟି, ନଦୀ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଞ୍ଜୀବନୀ ପାଇଁ ୧୦୦ଟି ବ୍ୟବସ୍ଥା କରାଯାଇଛି। ଭୁବନେଶ୍ବରରେ ନୂଆ ସରକାରୀ କୋଠା ନିର୍ମାଣ ନେଇ ଘୋଷଣା ହୋଇଛି। ବାହାରୁ ଆସୁଥିବା ଅତିଥିଙ୍କ ପାଇଁ ନିର୍ମାଣ ହେବ ଜନ ଆଶ୍ରୟ ଭବନ। ନୂତନ ରାଜ୍ୟ ବିଧାନସଭା ସୌଧ, ନୂତନ ସଚିବାଳୟ ଭବନ ହେବ। ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରାଯାଇଛି। ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ। ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ। ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହା ଦ୍ଵାରା ୧ କୋଟିରୁ ଊର୍ଦ୍ଧ୍ବ ମହିଳା ଉପକୃତ ହେବେ। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା, ଗ୍ରାମୀଣ ଜୀବିକା ମିଶନ ପାଇଁ ୧୩୩୩ କୋଟି, ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୧୩୩୩ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି ବିଭାଗ ପାଇଁ ଆବଣ୍ଟନ ୨୮୦୪ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ୨୩ଟି ଜିଲ୍ଲା ମୁଖ୍ୟାଳୟରେ ନିର୍ମାଣ ହେବ ସମନ୍ବିତ ବାତ୍ସଲ୍ୟ ସଦନ। ପିଲାଙ୍କ ସୁରକ୍ଷାକୁ ମଜବୁତ କରିବା ପାଇଁ ଯୋଜନା ରହିଛି। ଶିଶୁ ଗୃହ, ଶିଶୁ କଲ୍ୟାଣ କମିଟି ପାଇଁ ୬୨ କୋଟି ବ୍ୟୟବରାଦ କରାଯାଇଛି। ସମୃଦ୍ଧ ଅଙ୍ଗନବାଡି ଯୋଜନା ପାଇଁ ୬୩୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଅସଂପୂର୍ଣ୍ଣ ଅଙ୍ଗନବାଡି କେନ୍ଦ୍ରକୁ ସମୟ ଭତ୍ତିରେ ସଂପୂର୍ଣ୍ଣ କରାଯିବ। କ୍ରେଚ୍ ସୁବିଧା ବିନା ନିର୍ମାଣ ପାଇଁ ବ୍ୟୟବରାଦ ୧୫ ଲକ୍ଷ । ବାର୍ଦ୍ଧକ୍ୟ କି ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡ଼ିବନି। 'ମଧୁବାବୁ ପେନ୍‌ସନ ଯୋଜନା'ରେ ସମସ୍ତ ଯୋଗ୍ୟଙ୍କୁ ସାମିଲ୍ କରାଯିବ। ହିତାଧିକାରୀ ମଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବ ନାହିଁ। ବାଦ୍‌ ପଡ଼ିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟଙ୍କୁ ପେନସନ ମିଳିବ।

powered by social2s