ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ସ୍ଥିତ ମହାସିଙ୍ଗ ଠାରେ ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଉତ୍ସବ ମହାଆଡମ୍ବର ସହକାରେ ପାଳିତ ହୋଇ ଯାଇଛି l ଏହି ଅବସରରେ ଜିଲ୍ଲା ବିଜେଡି ଉପସଭାପତି ଟୁନା ଦାସ ଙ୍କ ନେତୃତ୍ୱରେ ଆୟୋଜିତ ସଭାରେ ପ୍ରବାଦ ପୁରୁଷ ବିଜୁ ବାବୁ ଙ୍କ ଫୋଟୋ ଚିତ୍ର ରେ ଦୀପ ଧୂପ ପ୍ରଜ୍ବଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ବିଜେଡି ର ସଂଗଠନ କୁ ଅଧିକ ମଜବୁତ କରିବା ସହ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଙ୍କ ହାତ ମୁଠା କୁ ଟାଣ କରିବାକୁ ଶପଥ ପାଠ କରିଥିଲେ ବିଜେଡି କର୍ମୀ l ବିଜେପି ସରକାର ର କୋଡିଏ ମାସ ମଧ୍ୟରେ କୌଣସି ପ୍ରତିଶୃତି ପାଳନ କରିନାହିଁ ବିଜେପି l ବରଂ ବିଜେପି ସରକାରରେ ନାରୀ ନିର୍ଯାତନା ବୃଦ୍ଧି ପାଇବା ସହ , ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିଛି, ଚାଷୀ ଆଜି ହତାଶ ହୋଇଛନ୍ତି ବୋଲି ବିଜେଡି ଜିଲ୍ଲା ଉପସଭାପତି ଟୁନା ଦାସ କହିଛନ୍ତି l ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ଜବର ଦଖଲ ଉଛେଦ, ଚାଷୀ ଙ୍କ ସମସ୍ୟା ପରି ଅନେକ ସମସ୍ୟା ନେଇ ଜନସାଧାରଣ ଙ୍କ ପାଇଁ ବିଜେଡି ସଦା ସର୍ବଦା ଲଢେଇ ଜାରୀ ରଖିବ l ଆବଶ୍ୟକ ପଡିଲେ ଲୋକଙ୍କ ନ୍ୟାର୍ଯ୍ୟ ଦାବି ସହ ହକ ପାଇଁ ରାଜ ରାସ୍ତା କୁ ମଧ୍ୟ ଓଲ୍ହାଇବ ବୋଲି ଆହ୍ୱାନ ଦେଇଛନ୍ତି ବିଜେଡି ଜିଲ୍ଲା ଉପସଭାପତି ଟୁନା ଦାସ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ, ପୂର୍ବତନ ବିଧାୟକ ରାଜୀବ ପାତ୍ର, ବରିଷ୍ଠ ବିଜେଡି ନେତା ପ୍ରମୋଦ ସାହୁ, ବାଲିଗୁଡା ନଗର ବିଜେଡି ସଭାପତି ଏମଡି ସାବେଜ ଉଦିନ, ବାଲିଗୁଡା ବ୍ଲକ ବିଜେଡି ସଭାପତି ଅବନୀକାନ୍ତ ନାୟକଙ୍କ ସମେତ ବାଲିଗୁଡା ନିର୍ବାଚନ ମଣ୍ଡଳୀ ର ଚାରି ଗୋଟି ବ୍ଲକ ର ବିଜେଡି ନେତା ଓ କର୍ମୀ ପ୍ରମୁଖ ଯୋଗ ଦେଇନିଜ ନିଜର ସୁଚିନ୍ତିତ ମତାମତ ରଖିଥିଲେ l

powered by social2s