ଭୁବନେଶ୍ବର: କାଲିଠୁ ୯ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀକୁ ୱାର୍ଣ୍ଣିଂ ଦିଆଯାଇଛି। ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି। ଅନ୍ୟ ୧୮ଟି ଜିଲ୍ଲାର ପାଗ ମୁଖ୍ୟତଃ ଶୁଖିଲା ରହିବା ଆଶଙ୍କା ରହିଛି। ୮ ତାରିଖ ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
powered by social2s

