କଟକ: କଟକ ଏସସିବି ମେଡିକାଲରେ ହୋଇଥିବା ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମେଡିକାଲ ରେ ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ପରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଓ କହିଲେ ଯେ, ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ଥିଲେ ୨୩ ରୋଗୀ। ୨୩ ରୋଗୀଙ୍କ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ।
powered by social2s

