ଭୁଲ୍ ଇଞ୍ଜେକ୍ସନ୍ ଯୋଗୁଁ ନାବାଳକର ମୃତ୍ୟୁ ଅଭିଯୋଗ; କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁଲ୍ ଇଞ୍ଜେକ୍ସନ୍ ଯୋଗୁଁ ନାବାଳକର ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଛି। ଖୋର୍ଦ୍ଧା ଚାନ୍ଦପୁରର ଜଣେ ୧୧ ବର୍ଷୀୟ ନାବାଳକ ସାଇକେଲରୁ ପଡ଼ି ଆହତ ହୋଇଥିଲେ। ତାଙ୍କୁ ଚାନ୍ଦପୁର ମେଡିକାଲରୁ ଉତ୍ତମ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲ ଅଣାଯାଇଥିଲା। ତେବେ କ୍ୟାପିଟାଲ ହସ୍ପିଟାଲରେ ଇଞ୍ଜେକସନ ଦେବା ପରେ ନାବାଳକ ପ୍ରାଣ ହରାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଡାକ୍ତର ଓ ନର୍ସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ହସ୍ପିଟାଲ ଆଗରେ ପରିବାର ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାସୁଝା କରି ତଦନ୍ତ ଆରମ୍ଭ କରିଛି।

powered by social2s