ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂର୍ଘଟଣାରେ ୫ ଜଣ ପ୍ରାଣ ହରାଇ ଥିବା ବେଳେ ୪୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବ୍ରହ୍ମପୁରରୁ ବଲାଙ୍ଗିର ହରିଶଙ୍କର ଯାଉଥିବା ଟୁରିଷ୍ଟ ବସ୍। ଯାତ୍ରୀମାନେ ଛିଟିକି ପଡ଼ିବା ସହ ବସ୍ ତଳେ ଚାପି ହୋଇ ରହିଥିଲେ। ଡ୍ରାଇଭରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା। ମୃତକଙ୍କ ମଧ୍ୟରେ ୩ ମହିଳା ଥିବା ଜଣାପଡ଼ିଛି।
powered by social2s

