ଭୁବନେଶ୍ବର: ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକ ପ୍ରକାଶ ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ମଧ୍ୟ ଜଣାଇଲେ ମୁଖ୍ୟମନ୍ତ୍ରୀ । ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବ୍ରହ୍ମପୁରରୁ ବଲାଙ୍ଗିର ହରିଶଙ୍କର ଯାଉଥିବା ଟୁରିଷ୍ଟ ବସ୍। ଯାତ୍ରୀମାନେ ଛିଟିକି ପଡ଼ିବା ସହ ବସ୍ ତଳେ ଚାପି ହୋଇ ରହିଥିଲେ। ଡ୍ରାଇଭରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା। ମୃତକଙ୍କ ମଧ୍ୟରେ ୩ ମହିଳା ଥିବା ଜଣାପଡ଼ିଛି।
powered by social2s

