ଏପ୍ରିଲ ୩ ଯାଏଁ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଏପ୍ରିଲ ୩ ତାରିଖ ଯାଏଁ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଜି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ କେନ୍ଦୁଝର, ରାୟଗଡ଼ା କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୫୦ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତିନି ଦିନ ପରେ ରାଜ୍ୟରେ ୨ ରୁ ୩ ଯାଏଁ ବଢ଼ିପାରେ ତାପମାତ୍ରା।

powered by social2s