ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ୪ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ କୁଆପଥର ବର୍ଷା ନେଇ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
powered by social2s

