ଭୁବନେଶ୍ୱର : (ଲୋପାମୁଦ୍ରା ପ୍ରଧାନ): ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା କାରଣରୁ ଅଂଶୁଘାତରେ ୩ ଜଣଙ୍କର ପ୍ରାଣହାନି ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ଅଂଶୁଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ଶ୍ରମିକ ନଳକୂପ ଖୋଳୁଥିବା ସମୟରେ ଅଂଶୁଘାତର ଶିକାର ହୋଇ ପ୍ରାଣ ହରାଇଛନ୍ତି। ସେହିପରି ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଶିକ୍ଷକଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ ଶିକ୍ଷକ ଜଣଙ୍କ ହେଉଛନ୍ତି ପୁରିଦା ହାଇସ୍କୁଲର 'ରାଜକପୁର ହେମ୍ବ୍ରମ'। ସେ ମଧ୍ୟ ଅଂଶୁଘାତର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।
powered by social2s

